ରାଜଧାନୀରେ ସ୍ୱଭାବ କବି ଗଙ୍ଗାଧର ମେହେର ଭବନ

26

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟର ଯଶସ୍ୱୀ ସାଧକ ସ୍ୱଭାବ କବି ଗଙ୍ଗାଧର ମେହେରଙ୍କ ସ୍ମୃତିରେ ଭୁବନେଶ୍ୱରରେ ‘ସ୍ୱଭାବ କବି ଗଙ୍ଗାଧର ମେହେର ଭବନ’ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚନ୍ଦ୍ରଶେଖରପୁର ମୌଜାରେ ଅଧ ଏକର ଜମି ମଞ୍ଜୁର କରିଛନ୍ତି । ଏହାସହିତ ଏହି ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ୩ କୋଟି ଟଙ୍କା ମଧ୍ୟ ମଞ୍ଜୁର କରିଛନ୍ତି । ଗତ ନଭେମ୍ବର ୨୮ ଦିନ ନିଖିଳ ଓଡ଼ିଶା ମେହେର (ଭୁଲିଆ) ସମାଜର ଏକ ପ୍ରତିନିଧି ଦଳ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସ୍ୱଭାବ କବିଙ୍କ ସ୍ମୃତିରେ ଭବନ ନିର୍ମାଣ ଓ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ବିଷୟରେ ଆଲୋଚନା କରିଥିଲେ । ଏହାଦ୍ୱାରା ଦୂରଦୂରାନ୍ତରରୁ ପାଠ ପଢ଼ିବାକୁ ଆସୁଥିବା ଛାତ୍ରଛାତ୍ରୀଙ୍କ ପାଠ ପଢିବା ପାଇଁ ତଥା ଚିକିତ୍ସା ପାଇଁ ଆସୁଥିବା ଲୋକଙ୍କୁ ବିଭିନ୍ନ ସେବା ଏହି ଭବନରେ ଯୋଗାଇ ଦିଆଯିବ ବୋଲି ମେହେର ସମାଜ ପକ୍ଷରୁ ସୂଚନା ଦିଆଯାଇଥିଲା । ମେହେର ସମାଜର ଅନୁରୋଧକୁ ରକ୍ଷା କରି ଜମି ଯୋଗାଇ ଦେବା ପାଇଁ ଏବଂ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ କମିଟି ଗଠନ କରି ସ୍ୱଭାବ କବିଙ୍କ ଶ୍ରାଦ୍ଧ ଶତବାର୍ଷିକୀ ପାଳନ ପାଇଁ କାର୍ଯ୍ୟକ୍ରମ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ।

Comments are closed, but trackbacks and pingbacks are open.