ଆଜି ଓଡ଼ିଶା ଆସୁଛନ୍ତି ମୋଦି

240

ଭୁବନେଶ୍ୱର: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚିବେ। ଆସନ୍ତାକାଲି ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମେଳନକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୋଦି। ଆସିବା ଆଗରୁ ପ୍ରଧାନମନ୍ତ୍ରୀ ସୋଶାଲ ମିଡ଼ିଆ ଏକ୍ସରେ ଏ ନେଇ ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ  ଭୁବନେଶ୍ୱର ଜନତା ମଇଦାନରେ ଆଜି ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମେଳନ। ଦୁଇ କେନ୍ଦ୍ରମନ୍ତ୍ରୀ ଏସ୍. ଜୟଶଙ୍କର, ମନସୁଖ ମାଣ୍ଡଭିୟ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ସମ୍ମେଳନ। ଆସନ୍ତାକାଲି ଆନୁଷ୍ଠାନିକ ଭାବେ ସମ୍ମେଳନକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବର ଆସୁଛନ୍ତି ପ୍ରଧାନମନ୍ତ୍ରୀ। ସମ୍ମେଳନରେ ବିକଶିତ ଭାରତ ୨୦୪୭ ସଂପର୍କରେ ପ୍ରବାସୀଙ୍କ ସହ ଆଲୋଚନା କରିବେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ବିଭିନ୍ନ ପ୍ଲେନାରୀ ସେସନରେ ଦେଶର ବିଶେଷ ବ୍ୟକ୍ତି ବିଶେଷମାନେ ପ୍ରବାସୀଙ୍କ ସହ ଆଲୋଚନା କାର୍ୟ୍ୟକ୍ରମ ରହିଛି। ଶେଷ ଦିନରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତଙ୍କର ମଧ୍ୟ ଏକ ସେସନ ରହିବ।ପ୍ରତି ସନ୍ଧ୍ୟାରେ ଆୟୋଜିତ ହେବ ସାଂସ୍କୃତିକ କାର୍ୟ୍ୟକ୍ରମ। କାର୍ୟ୍ୟକ୍ରମରେ ଯୋଗଦେବାକୁ ୭୦ରୁ ଅଧିକ ଦେଶରୁ ଆସିଛନ୍ତି ମୂଳ ପ୍ରବାସୀ ଭାରତୀୟ। ସେମାନେ ଯାଜପୁର, କଟକ, ଭୁବନେଶ୍ୱର ଏବଂ ପୁରୀର ୨୧ଟି ପର୍ୟ୍ୟଟନ ସ୍ଥଳୀ ବୁଲିବେ। ଡବଲ ଡେକର୍ ବସ୍ ରେ ବସି ରାଜ୍ୟର ୨୧ଟି ପର୍ୟ୍ୟଟନ ସ୍ଥଳୀ ବୁଲିବେ ପ୍ରବାସୀ ଭାରତୀୟ। 

Comments are closed, but trackbacks and pingbacks are open.