ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭଗବତ:

84

ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ମୁଖ୍ୟ ମୋହନ ଭଗବତ ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ କଟକ ଗତିରାଉତପାଟଣା ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
ମିଳିଥିବା ସୂଚନା ଅନୁସାରେ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜିଠାରୁ ଆସନ୍ତା ୧୬ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସ୍ୱତନ୍ତ୍ର ଅତିଥି ଭାବେ ଯୋଗ ଦେବେ । ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି ଗତିରାଉତପାଟଣାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ୧୬ ତାରିଖ ଦିନ କାର୍ଯ୍ୟକ୍ରମ ସାରି ଦିଲ୍ଲୀ ଫେରିଯିବେ ମୋହନ ଭଗବତ ।

Comments are closed, but trackbacks and pingbacks are open.