ସୁପ୍ରିମକୋର୍ଟ ଗଲେ ମୋକିମ

242

ଭୁବନେଶ୍ବର: ଓଆରଏଚଡିସି ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରୋକ୍ ଲଗାଇବା ପାଇଁ ହାଇକୋର୍ଟରୁ ନିରାଶ ହେବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଧାୟକ ମହମ୍ମଦ ମୋକିମ । ଆସନ୍ତା ବିଧାନସଭା ନିର୍ବାଚନରେ ପ୍ରତିଦ୍ବନ୍ଦିତା ପାଇଁ ସୁଯୋଗ ଦେବାକୁ ଏବଂ ମାମଲାର ବିଚାର ସମ୍ପୂର୍ଣ୍ଣ ନହେବା ପର୍ୟ୍ୟନ୍ତ ଜାମିନ ପ୍ରଦାନ କରିବାକୁ ସେ ଆବେଦନରେ ପ୍ରାର୍ଥନା କରିଛନ୍ତି । ଏଥିସହ ଜରିମାନା ରାଶି ଆଦାୟ ଉପରେ ରୋକ ଲଗାଇବା ପାଇଁ ମଧ୍ୟ ସେ ସୁପ୍ରିମକୋର୍ଟଙ୍କୁ ନିବେଦନ କରିଛନ୍ତି । ଏହି ମାମଲାର ଶୁଣାଣି ଆସନ୍ତା ଏପ୍ରିଲ ୧୯କୁ ଧାର୍ୟ୍ୟ କରାଯାଇଛି ।  ଓଆରଏଚଡିସି ଦୁର୍ନୀତି ମାମଲାରେ ତଳ କୋର୍ଟ ମୋକିମଙ୍କୁ ୩ ବର୍ଷ ଦଣ୍ଡାଦେଶ କରିଥିଲେ । ତଳ କୋର୍ଟଙ୍କ ରାୟକୁ ଓଡ଼ିଶା ହାଇକୋର୍ଟ କାଏମ ରଖିଥିଲେ । ଯାହାକୁ ଚାଲେଞ୍ଜ କରି ଏବେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ମୋକିମ । ଫଳରେ ସେ ଆସନ୍ତା ବିଧାନସଭା ନିର୍ବାଚନରେ ପ୍ରତିଦ୍ବନ୍ଦିତା କରିବା ନ କରିବା ଏବେ ସର୍ବୋଚ୍ଚ ଅଦାଲତଙ୍କ ରାୟ ଉପରେ ନିର୍ଭର କରୁଛି ।

Comments are closed, but trackbacks and pingbacks are open.