ରାଜ୍ୟପାଳଙ୍କୁ ସାକ୍ଷାତ କଲେ ମୋଣ୍ଟାନା ପ୍ରତିନିଧି ମଣ୍ଡଳୀ

84

ଭୁବନେଶ୍ୱର – ଯୁକ୍ତରାଷ୍ଟ୍ର ଆମେରିକାର ମୋଂଟାନାରୁ ଆସିଥିବା ଏକ ୧୦ ଜଣିଆ ପ୍ରତିନିଧିମଣ୍ଡଳୀ ଗୁରୁବାର ଦିନ ଓଡିଶାର ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟିଙ୍କୁ ରାଜଭବନରେ ସାକ୍ଷାତ କରିଥିଲେ । ଇଣ୍ଡିଆ ଟ୍ରେକ – ୨୦୨୫ କାର୍ଯ୍ୟକ୍ରମରେ ପ୍ରତିନିଧିମଣ୍ଡଳୀ ବŧର୍ମାନ ଭାରତ ଗସ୍ତରେ ଅଛନ୍ତି ।

ପ୍ରତିନିଧିମଣ୍ଡଳୀଙ୍କୁ ସ୍ୱାଗତ ଜଣାଇ ରାଜ୍ୟପାଳ ଓଡିଶାର ସମୃଦ୍ଧ ସଂସ୍କୃତି, କଳା ଏବଂ ସାମାଜିକ ପ୍ରଗତି ବିଷୟରେ ଅବଗତ କରାଇଥିଲେ । ପ୍ରତିନିଧିମଣ୍ଡଳୀ ଭାରତର ବିବିଧତା ଅନୁସନ୍ଧାନ କରିବାକୁ ରାଜ୍ୟପାଳ ଗୁରୁତ୍ୱାରୋପ କରି ଏପରି ପରିଦର୍ଶନ ବିଭିନ୍ନ ଦେଶର ଲୋକଙ୍କ ମଧ୍ୟରେ ଉŧମ ବୁଝାମଣା ପ୍ରତିଷ୍ଠା କରିବାରେ ସହାୟକ ହେବ ବୋଲି କହିଥିଲେ ।

ପ୍ରତିନିଧିମଣ୍ଡଳୀର ସଦସ୍ୟମାନେ ରାଜଭବନ ପରିସର ପରିଦର୍ଶନ କରିଥିଲେ ଏବଂ ସେମାନଙ୍କ ଗସ୍ତ ସମୟରେ ସେମାନଙ୍କୁ ମିଳିଥିବା ଭବ୍ୟ ସ୍ୱାଗତକୁ ପ୍ରଶଂସା କରିଥିଲେ ।

Comments are closed, but trackbacks and pingbacks are open.