ରାଜ୍ୟରେ ୫୦୦ ତଳେ ଦୈନିକ ସଂକ୍ରମଣ : ଆଜି ଚିହ୍ନଟ ହେଲେ ୩୪୨ ପଜିଟିଭ୍

12

ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫେବୃଆରୀ ପ୍ରଥମ ସପ୍ତାହ ରୁ ସଂକ୍ରମଣ କମି ଯାଇ ୫୦୦ ତଳକୁ ରହୁଛି I
ସେହି ଅନୁସାରେ ଆଜି ରାଜ୍ୟରୁ ୩୪୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତ ମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୯୬ ଓ ସ୍ଥାନୀୟ ଅଞ୍ଚଳରୁ ୧୪୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୮୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୩ ହଜାର ୬୩୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୦ ହଜାର ୨୨୧ ରହିଥିବା ବେଳେ ୪ ହଜାର ୩୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି

Comments are closed, but trackbacks and pingbacks are open.