ସୋଆରେ ଏମ୍.ଏସ୍.ସ୍ୱାମୀନାଥନ ସ୍ମାରକୀ ଆଲୋଚନାଚକ୍ର ଆୟୋଜିତ
ଭୁବନେଶ୍ୱର,୩୦/୧୦ : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଫ୍ୟାକଲ୍ଟି ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ (ଆଇଏଏସ୍)ରେ ପ୍ରଖ୍ୟାତ କୃଷି ବୈଜ୍ଞାନିକ ସ୍ୱର୍ଗତଃ ଏମ୍.ଏସ୍.ସ୍ୱାମୀନାଥନ୍ଙ୍କ ସ୍ମୃତି ଉଦ୍ଦେଶ୍ୟରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି ।
ଏହି ଆଲୋଚନାଚକ୍ରରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ଅଧିନସ୍ଥ ଉଦ୍ଭିଦ ପ୍ରଜନନ ଓ ଆନୁବଂଶିକ ବିଭାଗର ପ୍ରତିଷ୍ଠିତ ପ୍ରଫେସର ତଥା ଧାନ ଗବେଷଣାର ଜଣେ ଆନ୍ତର୍ଜାତିକ ଖ୍ୟାତି ସମ୍ପନ୍ନ ବୈଜ୍ଞାନିକ ପ୍ରଫେସର ସତ୍ୟ ରଞ୍ଜନ ଦାସ ମୁଖ୍ୟ ଅତିଥି ତଥା ଆଲୋଚନା ବକ୍ତା ଭାବେ ଯୋଗ ଦେଇଥିଲେ ।
ଏହି ଅବସରରେ ପ୍ରଫେସର ଦାସ ଓଡ଼ିଶାର ଜଳବାୟୁରେ ଧାନ କିସମର ପ୍ରକାରଭେଦ, ଜଳବାୟୁ ପରିବର୍ତନରେ ଧାନ ଗବେଷଣାର ଦିଗ, ଉଦ୍ଭିଦ ପ୍ରଜନନ ବିଜ୍ଞାନର ପାରମ୍ପରିକ ଓ ଅତ୍ୟାଧୁନିକ ଦିଗ ଉପରେ ବିଷଦ ଆଲୋକପାତ କରିଥିଲେ । କୃଷି ମହାବିଦ୍ୟାଳୟ ପକ୍ଷରୁ ପ୍ରଫେସର ଦାସଙ୍କୁ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା ।
କାର୍ଯ୍ୟକ୍ରମରେ ସୋଆର କୁଳପତି ପ୍ରଫେସର ପ୍ରଦୀପ୍ତ କୁମାର ନନ୍ଦ ଯୋଗ ଦେଇ ସ୍ୱାମୀନାଥନ୍ଙ୍କ ସ୍ମୃତିରେ ଅନୁଷ୍ଠିତ ଏହି ଆଲୋଚନାକୁ ଏକ ପ୍ରଶଂସନୀୟ ପଦକ୍ଷେପ ବୋଲି କହିଥିଲେ । ଆଇଏଏସ୍ର ଡିନ୍ ପ୍ରଫେସର ସନ୍ତୋଷ କୁମାର ରାଉତ ଅତିଥି ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଭାଷଣ ଦେଇଥିଲେ । ଏହି ଆଲୋଚନାରେ ଅନ୍ୟତମ ଅତିଥି ପ୍ରଫେସର ସତ୍ୟ ରଞ୍ଜନ ଦାସ ଓଡ଼ିଶାର ଜଳବାୟୁରେ ଧାନ କିସମର ପ୍ରକାରଭେଦ, ଜଳବାୟୁ ପରିବର୍ତନରେ ଧାନ ଗବେଷଣାର ଦିଗ, ଉଦ୍ଭିଦ ପ୍ରଜନନ ବିଜ୍ଞାନର ପାରମ୍ପରିକ ଓ ଅତ୍ୟାଧୁନିକ ଦିଗ ଉପରେ ବିଷଦ ଆଲୋକପାତ କରିଥିଲେ ।
ଏହି ଆଲୋଚନାରେ କୃଷି ମହାବିଦ୍ୟାଳୟ ପକ୍ଷରୁ ପ୍ରଫେସର ଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ପ୍ରଫେସର ପ୍ରଭାତ କୁମାର ଷଢ଼ଙ୍ଗୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଆଲୋଚନାଚକ୍ରରେ ପ୍ରଫେସର ସରୋଜ କୁମାର ମହାନ୍ତି ଆଲୋଚନାର ଆଭିମୁଖ୍ୟ ବିଷୟରେ ସୂଚନା ଦେଇଥିବା ବେଳେ ପ୍ରଫେସର ଭବେନ୍ଦ୍ର ବୈଶାଖ ଧନ୍ୟବାଦ ଦେଇଥିଲେ ।
ଏହି ଆଲୋଚନାରେ କୃଷି ମହାବିଦ୍ୟାଳୟର ଉପଦେଷ୍ଟା ପ୍ରଫେସର ବିଜୟ କୁମାର ସାହୁ, ସୋଆର ଆଡିସ୍ନାଲ ଡିନ୍ (ରିସର୍ଚ୍ଚ) ତଥା ଆଇଏଏସ୍ର ଓଏସ୍ଡି ପ୍ରଫେସର ପ୍ର୍ରିୟବ୍ରତ ପଟ୍ଟନାୟକ, ସମସ୍ତ ବିଭାଗର ବିଭାଗୀୟ ମୁଖ୍ୟ, ଅଧ୍ୟାପକଙ୍କ ସମେତ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ଡକ୍ଟର ଅଂଶୁମାନ ଜେନା, ଡକ୍ଟର ଭୁବନାନନ୍ଦ ଅଧିକାରୀ, ରାଜୀବ କୁମାର ବେହେରା, ବିଦ୍ୱାନ ରଞ୍ଜନ ସାହୁ, ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।
Comments are closed, but trackbacks and pingbacks are open.