ଭୁବନେଶ୍ବର: ଆଜି ସକାଳୁ ଏକ ଦୁଃଖଦ ଘଟଣା ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ ଘଟିଛି। ପାଇଖାନା ଟାଙ୍କି ସଫା କରିବା ବେଳେ ଶ୍ବାସରୁଦ୍ଧ ହୋଇ ୪ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସୂଚନା ଅନୁସାେର, ୪ଜଣ ଶ୍ରମିକ ପାଇଖାନା ଟାଙ୍କି ସଫା କରୁଥିଲେ। ସେତିକିବେଳେ ସେମାନେ ଶ୍ବାସରୁଦ୍ଧ ହୋଇପଡିଥିଲେ। ଏନେଇ ଅଗ୍ନିଶମ ବାହିନୀଙ୍କୁ ଖବର ଦିଆଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଶ୍ରମିକମାନଙ୍କୁ ଉଦ୍ଧାର କରି ମେଡିକାଲ ପଠାଇ ଦିଆଯାଇଥିଲା। ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପ୍ରଚାରିତ ହେବା ପରେ ପରିବାର ଲୋକେ ହସ୍ପିଟାଲରେ ପହଞ୍ଚିଛନ୍ତି। ହସ୍ପିଟାଲରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।
Comments are closed, but trackbacks and pingbacks are open.