ଠିକା କର୍ମଚାରୀଙ୍କୁ ନବୀନ ଙ୍କ ଦୀପାବଳି ଭେଟି: ୨୫ ପ୍ରତିଶତ ବଢିଲା ଦରମା

21

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଚୁକ୍ତିଭିତ୍ତିରେ ନିଯୁକ୍ତି ପାଇଥିବା କର୍ମଚାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ଦୀପାବଳି ଭେଟି ଘୋଷଣା କରାଯାଇକଛି I ଏହି ବାବଦରେ କର୍ମଚାରୀ ମାନଙ୍କ ୨୫ ପ୍ରତିଶତ ଦରମା ବୃଦ୍ଧି କରାଯାଇଛି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।ଆଉଟସୋରସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏତଦ୍‌ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.