ଭୁବନେଶ୍ବର: ପୁରୀରେ ହେବ କିଟ୍ ଛାତ୍ରୀଙ୍କ ଶେଷକୃତ୍ୟ। କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରୀଶା ଶାହାଙ୍କ ମତ୍ୟୁ ଘଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ହେବ । ତାଙ୍କ ପରିବାରଲୋକେ ମୃତଦେହ ନେପାଳ ନେବାକୁ ମନା କରିବାରୁ ପୁରୀରେ ଶେଷକୃତ୍ୟ ହେବ। ତେବେ ପରିବାର ଲୋକଙ୍କ ଉପସ୍ଥିତିରେ ହେଲା ପୋଷ୍ଟମର୍ଟମ ହୋଇଛି। ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ସେମାନେ ମୃତଦେହ ନେଇ ପୁରୀ ବାହାରିବେ। ବିଶ୍ୱବିଦ୍ୟାଳୟ(KIIT)ରେ ପୁଣି ଜଣେ ନେପାଳୀ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ପୋଲିସ କମିଶନର ଏନେଇ ସୂଚନା ଦେଇଛନ୍ତି। ଏପଟେ ନିରପେକ୍ଷ ତଦନ୍ତ ହେଉ ବୋଲି ନେପାଳ ଦୂତାବାସ ପ୍ରେସ୍ ବିଜ୍ଞପ୍ତି ଜାରି କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ ପାଇଁ ଦୂତାବାସ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରାଯାଇଛି। କେନ୍ଦ୍ର ସରକାର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଯୋଗାଯୋଗରେ ଅଛୁ। କିଟ୍ ପ୍ରତିନିଧିଙ୍କୁ ଦୂତାବାସକୁ ଡାକି ଘଟଣା ସଂପର୍କରେ ପଚାରି ବୁଝିଛୁ। ସୂଚନାଯୋଗ୍ୟ, ଗୁରୁବାର କିଟ୍ ହଷ୍ଟେଲ ରୁମରୁ ନେପାଳ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିଲା। ତେବେ କେଉଁ ପରିସ୍ଥିତିରେ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ଏଯାଏ ସ୍ପଷ୍ଟ ହୋଇନାହିଁ। ଗତ ଫେବୃଆରୀ ୧୬, ୨୦୨୫ରେ ଜଣେ ୨୦ ବର୍ଷୀୟ ନେପାଳୀ ଛାତ୍ରୀ ପ୍ରକ୍ରିତି ଲମସାଲଙ୍କ ଆତ୍ମହତ୍ୟା ପରେ ଏହା ଦ୍ୱିତୀୟ ଏଭଳି ଘଟଣା। ଘଟଣାର ପ୍ରାଥମିକ ତଦନ୍ତରୁ ଜଣାପଡିଥିଲା ଯେ, ଛାତ୍ରୀ ଜଣଙ୍କ ଜଣେ ସହପାଠୀଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିଲେ। ଏହି ଅଭିଯୋଗକୁ ନେଇ ସେ ବିଶ୍ୱବିଦ୍ୟାଳୟର ଇଣ୍ଟରନ୍ୟାଶନାଲ ରିଲେସନ୍ସ ଅଫିସ (IRO)ରେ ଅଭିଯୋଗ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇ ନ ଥିଲା। ଜାତୀୟ ମାନବାଧିକାର ଆୟୋଗ (NHRC) ତାଙ୍କ ରିପୋର୍ଟରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଏହି ଅବହେଳାକୁ ଗୁରୁତର ଅବହେଳା ବୋଲି କୁହାଯାଇଥିଲା।
Comments are closed, but trackbacks and pingbacks are open.