ଦେବଗଡ ଜିଲ୍ଲା ବାରକୋଟରେ ପ୍ରତିଷ୍ଠା ହେବ ନୂତନ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ

291

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ବାରକୋଟ ଠାରେ ଗୋଟିଏ ଅତିରିକ୍ତ ସିଭିଲ୍ ଜଜ୍ (କନିଷ୍ଠ ଡିଭିଜନ୍) ତଥା ଜେଏମଏଫସି କୋର୍ଟ ପ୍ରତିଷ୍ଠାକୁ ଅନୁମୋଦନ ଦେଇଛନ୍ତି । ତ୍ୱରିତ ନ୍ୟାୟ ପ୍ରଦାନ କ୍ଷେତ୍ରରେ ଜିଲ୍ଲାବାସୀଙ୍କ ପାଇଁ ଏହି କୋର୍ଟ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

ଏହି ନୂତନ କୋର୍ଟ ପାଇଁ ଆଇନ ବିଭାଗ ପକ୍ଷରୁ ଆବଶ୍ୟକୀୟ ୧୨ଟି ଗେଜେଟେଡ୍ ଓ ଅଣଗେଜେଟେଡ୍ ପଦବୀ ସୃଷ୍ଟି କରାଯାଇଛି। ବିଭିନ୍ନ କାରଣରୁ ପଡିରହିଥିବା ମାମଲାଗୁଡିକ ତୁରନ୍ତ ଫଇସଲା ନିମନ୍ତେ ଏହି ନୂତନ କୋର୍ଟ ସହାୟକ ହେବ।

Comments are closed, but trackbacks and pingbacks are open.