କନିଷ୍ଠ ଶିକ୍ଷକଙ୍କୁ ନୂଆବର୍ଷ ଉପହାର : ୫୦ ପ୍ରତିଶତ ଦରମା ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ

11

ଦୀର୍ଘ ଦିନ ଧରି ଭୁବନେଶ୍ୱର ପିଏମଜି ରେ ଖରାବର୍ଷାରେ ଧାରଣାରେ ବସି ରହୁଥିବା କନିଷ୍ଠ ଶିକ୍ଷକ ମାନଙ୍କୁ ରାଜ୍ୟ ସରକାର ନୂଆବର୍ଷରେ ଉପହାର ଦେଇଛନ୍ତି I ଉପହାର ସ୍ୱରୂପ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ରାଜ୍ୟରେ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ସେହିପରି କନିଷ୍ଠ ଶିକ୍ଷକ ମାନଙ୍କ ଦରମା ୯,୨୦୦ ଟଙ୍କ ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ । ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

Leave A Reply

Your email address will not be published.