ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ

28

ରାଜ୍ୟରେ ପଞ୍ଚାୟତ ନିର୍ବାଚନର ଆଜି ୩ୟ ଦିନ ର ଭୋଟ ଗଣତି ଆଗେଇ ଚାଲିଛି I ଏହାରି ମଧ୍ୟରେ ପୌର ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ଭାବେ ପ୍ରକାଶ ପାଇଛି ବିଜ୍ଞପ୍ତି । ରାଜ୍ୟ ନିର୍ବାଚନ କମିଶନ ଜାରି କରିଥିବା ବିଜ୍ଞପ୍ତି ମୁତାବକ, ଆସନ୍ତା ମାର୍ଚ୍ଚ ୨ ତାରିଖରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିଆ ଆରମ୍ଭ ହେବ । ମାର୍ଚ୍ଚ ୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ନାମାଙ୍କନ ଦାଖଲ ପ୍ରକ୍ରିୟା । ୯ ତାରିଖରେ ମନୋନୟନ ପତ୍ର ଯାଞ୍ଚ ହେବ । ମାର୍ଚ୍ଚ ୨୪ ତାରିଖରେ ପୌର ନିର୍ବାଚନ ହେବ ଏବଂ ମାର୍ଚ୍ଚ ୨୬ରେ ଫଳାଫଳ ପ୍ରକାଶ ପାଇବ ।

ତେବେ ପ୍ରଥମ ଥର ପାଇଁ ପୌର ନିର୍ବାଚନରେ ନୋଟା ବିକଳ୍ପ ରହିବ । ମେୟର/ପୌରାଧ୍ୟକ୍ଷ ନିର୍ବାଚନ ଏଥର ସିଧାସଳଖ ହେବ । ଇଭିଏମରେ ହେବ ଭୋଟ ଗଣତି । ପୌର ନିର୍ବାଚନରେ ପ୍ରତି ବୁଥରେ ୨ଟି ଇଭିଏମ ରଖାଯିବ । ଗୋଟିଏ ଇଭିଏମରେ ମେୟର/ପୌରାଧ୍ୟକ୍ଷଙ୍କୁ ଭୋଟ ଦେଇହେବ । ୨ୟ ଇଭିଏମରେ କାଉନସିଲର/କର୍ପୋରେଟରଙ୍କୁ ଭୋଟ ଦେଇହେବ ।’ ଏପ୍ରିଲ ୭ରେ ପୌର ଉପାଧ୍ୟକ୍ଷ ଓ ୮ରେ ଡେପୁଟୀ ମେୟର ପାଇଁ ନିର୍ବାଚନ ହେବ । ୧୦୬ ଏନଏସି/ମ୍ୟୁନିସିପାଲଟି, ୩ଟି ମହାନଗରରେ ନିର୍ବାଚନ ହେବ ।
ଚଳିତ ମାସ ୨୫ ତାରିଖରୁ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା ସହ ଭୋଟ ହେବାକୁ ଥିବା ସବୁ ପୌରାଂଚଳରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି । ଯାହାକି ମାର୍ଚ୍ଚ ୨୬ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ । ପୌରାଂଚଳ ଓ ଏନଏସିର ଅଧ୍ୟକ୍ଷ ପଦବୀ ଓ ମହାନଗରର ମେୟର ପଦବୀ ନିମନ୍ତେ ହଳଦିଆ ବାଲାଟ ପେପର ଏବଂ କାଉନସିଲର ଓ କର୍ପୋରେଟରଙ୍କ ପାଇଁ ଗୋଲାପୀ ରଙ୍ଗର ବାଲାଟ ପେପର ଉଦ୍ଦିଷ୍ଟ ରହିବ । ଏଥର ଭୋଟର୍ ଚାହିଁଲେ, ନିଜ ପସନ୍ଦରେ ନୋଟା (ନନ୍ ଅଫ୍ ଦି ଏଭବ୍)ର ଉପଯୋଗ ମଧ୍ୟ କରିପାରିବେ।

Comments are closed, but trackbacks and pingbacks are open.