ଓଡିଶା ସରକାରକୁ ପୂରିଲା ୨ ବର୍ଷ: ଓଡ଼ିଶାକୁ ସମୃଦ୍ଧିର ଶୀର୍ଷରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

25

ଭୁବନେଶ୍ୱର: ଦୁଇ ବର୍ଷ ପୂର୍ତ୍ତି ଅବସରରେ ‘ବିକଶିତ ଭାରତ’ ସହିତ ‘ସମୃଦ୍ଧ ଓଡ଼ିଶା’ ଗଠନର ମହାଯଜ୍ଞରେ ସାମିଲ ହୋଇ ଓଡ଼ିଶାକୁ ସମୃଦ୍ଧିର ଶୀର୍ଷରେ ପହଞ୍ଚାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତ ରାଜ୍ୟବାସୀଙ୍କୁ ଆହ୍ୱାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ସୋସିଆଲ୍ ମିଡ଼ିଆ ଏକ୍ସରେ ଲେଖିଛନ୍ତି, “ଜୁନ୍ ୪ ତାରିଖ, ଓଡ଼ିଶାର ରାଜନୈତିକ ଇତିହାସରେ ଏକ ଯୁଗାନ୍ତକାରୀ ଓ ଗୌରବମୟ ଦିବସ। ଦୁଇ ବର୍ଷ ପୂର୍ବେ ଆଜିର ଦିନରେ ଆପଣମାନେ ପରିବର୍ତ୍ତନର ସଂକଳ୍ପ ନେଇ ଭାରତୀୟ ଜନତା ପାର୍ଟି ସପକ୍ଷରେ ଏକ ଐତିହାସିକ ଓ ସ୍ପଷ୍ଟ ଜନମତ ପ୍ରଦାନ କରିଥିଲେ। ଆପଣଙ୍କର ସେହି ପବିତ୍ର ଜନମତ କେବଳ ଏକ ଶକ୍ତିଶାଳୀ ସରକାର ଗଠନ କରିନାହିଁ, ବରଂ ଦୀର୍ଘ ଦିନର ସ୍ଥାଣୁତାକୁ ଭାଙ୍ଗି ଏକ ସ୍ଵଚ୍ଛ, ସମୃଦ୍ଧ ଓ ପ୍ରଗତିଶୀଳ ଓଡ଼ିଶା ନିର୍ମାଣର ମୂଳଦୁଆ ସ୍ଥାପନ କରିଛି”। ଲୋକଙ୍କର ଅତୁଟ ବିଶ୍ୱାସ ଓ ଆସ୍ଥା ସରକାରଙ୍କ ସଂକଳ୍ପକୁ ଆହୁରି ଦୃଢ଼ ଓ ଶକ୍ତିଶାଳୀ କରିଛି।

Comments are closed, but trackbacks and pingbacks are open.