ଆସନ୍ତା କଲି ରାଜ୍ୟ କ୍ୟାବିନେଟ୍‌: ୬ଟି ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା

155

ଭୁବନେଶ୍ୱର: ଅଗଷ୍ଟ ପହିଲାରୁ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି କ୍ୟାବିନେଟ୍‌ ବୈଠକରେ ୬ଟି ବିଭାଗର ୭ଟିରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବରେ ମୋହର ବାଜିବାକୁ ରହିଛି। ସେଥିମଧ୍ୟରେ ରାଜ୍ୟର ରାଜସ୍ବ ନୀତିରେ କେତେକ ସଂଶୋଧନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଭଳି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାପଡ଼ିଛି।
ସୂଚନାଯୋଗ୍ୟ, ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍‌ର ୨୨ଟି ବୈଠକ ଅନୁଷ୍ଠିତ ହୋଇସାରିଲାଣିି। ସେଥିରେ ରାଜ୍ୟର ଶିକ୍ଷା, ସ୍ବାସ୍ଥ୍ୟ, ମହିଳା ଓ ଚାଷୀଙ୍କ ବିକାଶ ସହିତ ସରକାରୀ କର୍ମଚାରୀଙ୍କ ବିଭିନ୍ନ କ୍ୟାଡର ସଂଶୋଧନ ନିୟମ ଅଣାଯାଇଛି। ତେବେ ୨୦୩୬ ସୁଦ୍ଧା ସରକାର ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରିଗଣିତ କରିବା ପାଇଁ ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧ରେ ଅନୁଷ୍ଠିତ ହେବାକୁଥିବା ରାଜ୍ୟ କ୍ୟାବିନେଟ୍‌ ବୈଠକ ବଡ଼ ଭୂମିକା ରଖିବ ବୋଲି ଜଣାଯାଇଛି।

Comments are closed, but trackbacks and pingbacks are open.