ଶିଳ୍ପ ହବ ହେବାକୁ ଯାଉଛି ଓଡ଼ିଶା: ମୁଖ୍ୟମନ୍ତ୍ରୀ

34

ଭୁବନେଶ୍ୱର: ଶିଳ୍ପ ହବ ହେବାକୁ ଯାଉଛି ଓଡ଼ିଶା । ଆଜି ଦିଲ୍ଲୀରେ ନିବେଶକଙ୍କ ସହ ଆଲୋଚନା ପରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାଛଡ଼ା ସେ କହିଛନ୍ତି ଯେ  ପୁଞ୍ଜି ବିନିଯୋଗ ନେଇ ସକରାତ୍ମକ ଆଲୋଚନା ହୋଇଛି । କିପରି ଅଧିକ ପୁଞ୍ଜିନିବେଶଷ ହେବ ସେ ନେଇ ଆଲୋଚନା ହୋଇଛି । ଆଲୋଚନା ଫଳପ୍ରଦ ହୋଇଛି । ୨୦୨୫ରେ ଓଡ଼ିଶାରେ ସର୍ବବୃହତ ଶିଳ୍ପ କନକ୍ଲେଭ ହେବାକୁ ଯାଉଛି । ସେମିକଣ୍ଡକ୍ଟର, ପେଟ୍ରୋ କେମିକାଲସ, ଆଇଟିରେ ବିନିଯୋଗ ସମ୍ଭାବନା ଅଧିକ । ୨୦୪୭ ବିକଶିତ  ଓଡ଼ିଶା ଗଠନରେ ଏହା ଦୃଢ ମୁଳଦୁଆ ପକାଇବ । କେନ୍ଦ୍ର ଓ ରାଜ୍ୟର ମିଳିତ ସହଯୋଗରେ ଓଡ଼ିଶା ଶିଳ୍ପ ହବ ହେବାକୁ ଯାଉଛି ।  ଆସନ୍ତାବର୍ଷ ଜାନୁୟାରୀ ୨୮ ଓ ୨୯ତାରିଖରେ ଉତ୍କର୍ଷ ଓଡ଼ିଶା-୨୦୨୫ କନକ୍ଲେଭ ପାଇଁ ଦିନ ଧାର୍ୟ୍ୟ ହୋଇଛି । ବିଜେଡି ସରକାରଙ୍କ ‘ମେକ୍ ଇନ୍ ଓଡ଼ିଶା’ର ନାଁ ପରିବର୍ତ୍ତନ କରି ରାଜ୍ୟର ବିଜେପି ସରକାର ଏହାକୁ ‘ଉତ୍କର୍ଷ ଓଡ଼ିଶା’ର ନାମକରଣ କରିଛନ୍ତି । ଏବେ ୨ ଦିନିଆ ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ବିଭିନ୍ନ ନିବେଶକଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ ବୋଲି କହିଛନ୍ତି । ରାଜ୍ୟରେ ୫ ବର୍ଷରେ ୫ ଲକ୍ଷ କୋଟି ଟଙ୍କାର ପୁଞ୍ଜିନିବେଶ ଲକ୍ଷ୍ୟ ରଖାଯାଇଛି। ବିଶେଷକରି ଫୁଡ୍ ପ୍ରୋସେସିଂ, ଆଇଟି, କେମିକାଲ, ପେଟ୍ରୋ କେମିକାଲ କ୍ଷେତ୍ରରେ ପୁଞ୍ଜିନିବେଶ ଉପରେ ପ୍ରାଥମିକତା ଦିଆଯିବ । ଏଦିଗରେ ବିଭିନ୍ନ ପୁଞ୍ଜିନିବେଶକଙ୍କ ସହ ଆଲୋଚନା କରାଯିବ । ଓଡ଼ିଶାରେ ପୁଞ୍ଜି ଲଗାଣ ତଥା ଶିଳ୍ପ ପ୍ରତିଷ୍ଠା ସମ୍ବନ୍ଧରେ ଥିବା ସକରାତ୍ମକ ଇକୋସିଷ୍ଟମ ସମ୍ବନ୍ଧରେ ମୁଖ୍ୟମନ୍ତ୍ରୀ ଅବଗତ କରାଇବେ ।

Comments are closed, but trackbacks and pingbacks are open.