ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା – ଧର୍ମେନ୍ଦ୍ର ପ୍ରଧାନ

12

ଓଡ଼ିଶାର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

• ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ
• ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ

ଭୁବନେଶ୍ୱର : ଓଡ଼ିଶାର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ବିୟୋଗ ଖବରରେ ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଓଡ଼ିଆ ଚଳଚ୍ଚିତ୍ର ଜଗତର ଚିର ସବୁଜ ନାୟକ ଉତ୍ତମ ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ସେ କେବଳ କଳାକାର ନୁହେଁ ବରଂ ମୋର ପରିବାରର ଜଣେ ସଦସ୍ୟ ପରି ଥିଲେ । ଲମ୍ବା ସମୟ ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ପରିପୁଷ୍ଟ କରିବାରେ ତାଙ୍କର ଯୋଗଦାନ ଥିଲା ଅତୁଳନୀୟ । ରାମାୟଣ, ଫୁଲଚନ୍ଦନ, ଝିଅଟି ସୀତା ପରି ଆଦି ସୁପରହିଟ୍ ଚଳଚ୍ଚିତ୍ର ତାଙ୍କର ଅନନ୍ୟ କୃତି ।

ଓଡ଼ିଆ ଜନମାନସରେ ନିଖୁଣ ଓ ଜୀବନ୍ତ ଅଭିନୟ ତାଙ୍କୁ ଘରେ ଘରେ ଲୋକପ୍ରିୟ କରାଇଥିଲା । ତାଙ୍କ ବିୟୋଗରେ ଓଡ଼ିଶାର କଳା ଜଗତରେ ଏକ ଶୂନ୍ୟସ୍ଥାନ ତିଆରି ହୋଇଛି । ଓଡ଼ିଶା ଜଣେ ଯୋଗଜନ୍ମାଙ୍କୁ ହରାଇଲା । ସେ ଦୀର୍ଘ ଦିନ ପାଇଁ ଓଡ଼ିଆଙ୍କ ମନରେ ରାଜ କରିବେ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

Comments are closed, but trackbacks and pingbacks are open.