ଉଦଘାଟନ ହେଲା ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରଉଦଘାଟନ ହେଲା ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟର

17

 ଉଦଘାଟନ ହେଲା ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟର । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମାଝିପାଲିରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିଛନ୍ତି । ଏହି ସେଣ୍ଟର୍ ମିଡ଼ିଆ ଏଣ୍ଡ ଏଣ୍ଟରଟେନମେଣ୍ଟ, ଚମଡା, ପର୍ଯ୍ୟଟନ, ହସ୍ପିଟାଲିଟି ଏବଂ ଆଇଟିଇଏସଏସ ଭଳି ଅଧିକ ଚାହିଦା ଥିବା କ୍ଷେତ୍ରରେ ଯୁବଶକ୍ତିଙ୍କ  ଜ୍ଞାନ ବଢ଼ାଇବ। କେନ୍ଦ୍ରମନ୍ତ୍ରୀଙ୍କ ସମ୍ବଲପୁର ଗସ୍ତ ସମୟରେ ପ୍ରଥମେ ସେ ଆସ୍ଥା ଟ୍ରେନର ଶୁଭାରମ୍ଭ କରିଛନ୍ତି ।  ସମ୍ବଲପୁର ଷ୍ଟେସନରୁ ଗଡ଼ିଛି  ସ୍ବତନ୍ତ୍ର ଟ୍ରେନ `ଆସ୍ଥା’। 15ଶହ 12ଜଣ ରାମଭକ୍ତଙ୍କୁ ନେଇ ଅଯୋଧ୍ୟା ଅଭିମୁଖେ ବାହାରିଛି ଏହି ଟ୍ରେନ୍ । ସେପଟେ ବେଦିକ ଆନ୍ତର୍ଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ମଧ୍ୟ ଲୋକାର୍ପଣ କରିଛନ୍ତି କେନ୍ଦ୍ରମନ୍ତ୍ରୀ  ।

ସମ୍ବଲପୁରର ଶ୍ରୀ ଜବାହର ନବୋଦୟ ବିଦ୍ୟାଳୟରୁ ଭିଡିଓ କନଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ବାରା ଉଦଘାଟନ ଓ ଶିଳାନ୍ୟାସ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଡିହେବେ କେନ୍ଦ୍ରମନ୍ତ୍ରୀ । ଆଜି ଜବାହର ନବୋଦୟ ବିଦ୍ୟାଳୟରେ ବହୁମୁଖୀ ସଭାଗୃହର ଶିଳାନ୍ୟାସ, ଫୁଟବଲ ଫର୍ ସ୍କୁଲ୍ କାର୍ଯ୍ୟକ୍ରମର ଶୁଭାରମ୍ଭ ବ୍ୟତୀତ ଦେଶବ୍ୟାପୀ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରଣାଳୟର ବିଭିନ୍ନ ଲୋକାଭିମୁଖୀ ପ୍ରକଳ୍ପର ଶୁଭାରମ୍ଭ ଓ ଶିଳାନ୍ୟାସ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀଙ୍କ ଏହି କାର୍ଯ୍ୟକ୍ରମରେ ଯୋଗ ଦେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ସନ୍ଥକବି ଭୀମ ଭୋଇ, ସ୍ବଭାବ କବି ଗଙ୍ଗାଧର ମେହେର ଏବଂ ପଶ୍ଚିମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ ଉପରେ ୬ ଗୋଟି ଡାକ ଟିକେଟ ଉନ୍ମୋଚନ କରିବେ କେନ୍ଦ୍ରମନ୍ତ୍ରୀ ।

Comments are closed, but trackbacks and pingbacks are open.