କମିଲା ସଂକ୍ରମଣ : ରାଜ୍ୟରେ ୧୭୧ କରୋନା ସଂକ୍ରମିତ ଚିହ୍ନଟ ,୭ ମୃତ

25

ରାଜ୍ୟରେ ଦୈନିକ ସଂକ୍ରମଣ ଆଖିଦୃଶିଆ ଭାବରେ କମି ଚାଲିଛି I କରୋନା ର ଦୈନିକ ହ୍ରାସ ପାଉଥିବାରୁ ଆଜି ଠାରୁ ପ୍ରଥମ ରୁ ସପ୍ତମ ସ୍କୁଲ ଗୁଡିକ ଖୋଲି ଯାଉଛି I ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହା ସହିତ ୭ ଜଣଙ୍କ ମୁଣ୍ଡ ନେଇଛି କରୋନା I ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିଭଳି କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପଟେ ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏହାସହିତ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୩ ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୫ଜଣ, ବାଲେଶ୍ୱର ଜିଲ୍ଲାରୁ ଜଣେ. ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୧ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲ୍ରୁ ୫ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୫୦୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୬୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୩୩୦୪ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରୁ ସର୍ବାଧିକ ୪୭ ଜଣ ଅଛନ୍ତି ।ଏବେ ସୁଦ୍ଧା ରାଜ୍ୟରେ ୨୯୨୬୩୦୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଏ ନେଇ ଟ୍ବିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

Comments are closed, but trackbacks and pingbacks are open.