ଓଡ଼ିଶା ଓ୍ବେବସାଇଟ୍‌କୁ ହ୍ୟାକ୍‌ କଲା ପାକିସ୍ତାନ

329

ଭୁବନେଶ୍ୱର: ଭାରତ-ପାକିସ୍ତାନ ଉତ୍ତେଜନା ମଧ୍ୟରେ ପାକିସ୍ତାନୀ ସାଇବର ଅପରାଧୀଙ୍କ ଦ୍ୱାରା ଓଡ଼ିଶାର କେତେକ ଗୁରୁତ୍ୱପୂର୍ଣ୍ଣ ଓ୍ବେବସାଇଟ ହ୍ୟାକ ହୋଇଥିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ଏହି ସାଇବର ଆକ୍ରମଣରେ ରାଜ୍ୟ ସରକାରୀ ବିଭାଗ ଏବଂ ଅନ୍ୟାନ୍ୟ ସଂସ୍ଥାଗୁଡ଼ିକର ଓ୍ବେବସାଇଟଗୁଡ଼ିକୁ ଟାର୍ଗେଟ କରାଯାଇଛି। ଏହି ଘଟଣା ପରେ ରାଜ୍ୟ ସାଇବର ସୁରକ୍ଷା ବିଭାଗ ଏବଂ ପୋଲିସ ତଦନ୍ତ ଆରମ୍ଭ କରିଛି। ସୂତ୍ରରୁ ଜଣାପଡ଼ିଛି ଯେ, ହ୍ୟାକରମାନେ ଓ୍ବେବସାଇଟର ଡାଟାବେସରେ ଅନଧିକୃତ ପ୍ରବେଶ କରିବାକୁ ଚେଷ୍ଟା କରିଥିଲେ ଏବଂ କିଛି କ୍ଷେତ୍ରରେ ସେମାନେ ସଫଳ ହୋଇଛନ୍ତି। ତେବେ, ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଚୋରି ହୋଇଛି କି ନାହିଁ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ। ଓଡିଶା ଆଦର୍ଶ ବିଦ୍ୟାଳୟର ଅଫିସିଆଲ ୱେବସାଇଟ ହ୍ୟାକ ହୋଇଛି । ପାକିସ୍ତାନ ସାଇବର ଫୋର୍ସଙ୍କ ଦାରା ହାକ ହୋଇଥିବା କୁହାଯାଇଛି। କାଲି ଠାରୁ ହାକ ହୋଇଯାଇଛି ସାଇଟ । ଆଜି ସାଇଟଟି ସମ୍ପୂର୍ଣ୍ଣ ବ୍ଲାକ ହୋଇଯାଇଥିବା ସୂଚନା ମିଳିଛି । ଏ ନେଇ ଗଣ ଶିକ୍ଷା ବିଭାଗର ପ୍ରତିକ୍ରିୟା ମିଳିପାରିନାହିଁ।
 

Comments are closed, but trackbacks and pingbacks are open.