ପିଣ୍ଟୁ ନନ୍ଦ ଅସୁସ୍ଥ

23

ଓଲିଉଡର ଜଣାଶୁଣା ଅଭିନେତା ପିଣ୍ଟୁ ନନ୍ଦ ଅସୁସ୍ଥ । ସେ ଲିଭର ସିରିଓସିସ ରୋଗରେ ପୀଡ଼ିତ ଥିବାର ସୂଚନା ମିଳିଛି। ସେ କିଛି ଦିନ ତଳେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ତାଙ୍କର ଚିକିତ୍ସା କରୁଥିବା ଡାକ୍ତର ପିଣ୍ଟୁ ନନ୍ଦଙ୍କୁ ଦିଲ୍ଲୀ ନେଇ ଅତ୍ୟାଧୁନିକ ପ୍ରଣାଳୀରେ ଟ୍ରିଟମେଣ୍ଟ କରିବାକୁ ପରାମର୍ଶ ଦେଇଥିବା କୁହାଯାଉଛି।

ଓଲିଉଡର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦ ବହୁ ବର୍ଷ ହେବ ଓଡିଆ ସିନେମା ଜଗତରେ ସକ୍ରିୟ ଅଛନ୍ତି। ଦର୍ଶକ ପିଣ୍ଟୁ ନନ୍ଦଙ୍କୁ କେତେବେଳେ ଖଳନାୟକ, କେତେବେଳେ ସହନାୟକ ପୁଣି କେତେବେଳେ କମେଡିଆନ୍‌ ଚରିତ୍ରରେ ଦେଖିଛନ୍ତି।

ପିଣ୍ଟୁ ବିଭିନ୍ନ ସମୟରେ ନାୟକ/ନାୟିକାଙ୍କ ଭାଇ,ଦାଦା ଭଳି ଚରିତ୍ରରେ ବି ନଜର ଆସିଛନ୍ତି। ପିଣ୍ଟୁ ଶତାଧିକ ଓଡ଼ିଆ ଛବିରେ ଅଭିନୟ କରିଛନ୍ତି। ତାଙ୍କ ଅଭିନୀତ କେତେକ ଉଲ୍ଲେଖନୀୟ ସିନେମା ହେଲା ଜୟ ଜଗନ୍ନାଥ, ବାହୁଡ଼ିବେ ମୋ ଜଗାବଳିଆ, ଆଇ ଲଭ୍ ମାଇଁ ଇଣ୍ଡିଆ, ସାଥୀରେ, ପ୍ରେମ ପାଇଁ ମହାଭାରତ, କଥା ଦେଲି ମଥା ଛୁଇଁ, ଲଭ୍ ମାଷ୍ଟର, ଦୋସ୍ତି, ପ୍ରେମ ଋତୁ ଆସିଲା ‌ରେ, ହାତ ଧରି ଚାଲୁଥା, ରଙ୍ଗନମ୍ବର ଓ ‘ଲଭ୍‌ ଏକ୍ସପ୍ରେସ୍‌’ ଆଦି। ତାଙ୍କ ଅଭିନୀତ ଆଲବମ୍ ଏ ଗଉରା. ତାଙ୍କୁ ପ୍ରାରମ୍ଭିକ ସମୟରେ ସର୍ବାଧିକ ଲୋକପ୍ରିୟ କରିଥିଲା।

Comments are closed, but trackbacks and pingbacks are open.