ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ବା ଓଇ୍ଆର୍ସିରେ ନୂଆ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା। ମାର୍ଚ୍ଚ ୨୦୨୩ରେ ଶ୍ରୀ ଜେନା ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ନିଜର କାର୍ଯ୍ୟଦକ୍ଷତା ପାଇଁ ସେ ବହୁ ବଡ଼ ଗୁରୁତ୍ୱପୂର୍ଣ୍ଣ ବିଭାଗରେ ଦକ୍ଷତାର ସହ କାର୍ଯ୍ୟ ସମ୍ପାଦନ କରିଛନ୍ତି। ୧୯୯୧ରେ ପ୍ରଥମେ ସେ କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ର ଉପଜିଲ୍ଲାପାଳ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ପରେ କଳାହାଣ୍ଡିରେ ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଓ ଜିଲ୍ଲାପାଳ ଭାବେ ଦାୟିତ୍ୱ ତୁଲାଇଥିଲେ। ଶ୍ରୀ ଜେନା ବଦଳି ହୋଇ କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାପାଳ ଭାବେ ଅବସ୍ଥାପିତ ହୋଇଥିଲେ। ପୁଣି କୃଷି ନିର୍ଦ୍ଦେଶକ ପଦରେ ଥାଇ ଚାଷୀମାନଙ୍କ ପାଇଁ ଅନେକ ସୁଦୂର ପ୍ରସାରୀ ଉଲ୍ଲେଖନୀୟ କାର୍ଯ୍ୟ କରିଛନ୍ତି। ସେହିପରି କୋଭିଡ୍ ମହାମାରୀ ସମୟରେ ସାରା ରାଜ୍ୟ ସଂଗ୍ରାମ କରୁଥିବାବେଳେ ସ୍ୱତନ୍ତ୍ର ରିଲିଫ୍ କମିସନର ଏବଂ ଏହା ପରେ ମୁଖ୍ୟ ଶାସନ ସଚିବ ପଦରେ ଆସୀନ ରହି ଶ୍ରୀ ଜେନା ଗୁରୁଦାୟିତ୍ୱ ତୁଲାଇଥିଲେ।
Comments are closed, but trackbacks and pingbacks are open.