ଶ୍ରୀମନ୍ଦିରରେ ପ୍ରଧାନମନ୍ତ୍ରୀ ମୋଦୀ: ଦର୍ଶନ ପରେ ରୋଡ ସୋ’

19

ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ । ଭୁବନେଶ୍ୱରରୁ ବାହାରି ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ତାଳବଣିଆ ହେଲିପ୍ୟାଡରେ ସେ ନିର୍ଦ୍ଧାରିତ ସମୟ ପୂର୍ବରୁ ପୁରୀ ଅବତରଣ କରିଛନ୍ତି। ମୋଦୀଙ୍କ ପାଇଁ ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ଶନକୁ ବନ୍ଦ ରଖାଯାଇଛି। ତାଳବଣିଆ ହେଲିପ୍ୟାଡରୁ ସିଧାସଳଖ ଶ୍ରୀମନ୍ଦିର ଅଭିମୁଖେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।

ମନ୍ଦିର ପରିସର ଓ ଚତୁଃପାଶ୍ୱର୍ରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଶ୍ରୀଜିଉଙ୍କ ଦର୍ଶନ ପରେ ବଡ଼ଦାଣ୍ଡରେ ରୋଡ୍ ସୋ’ କରିବେ ମୋଦୀ। ଏଥିପାଇଁ ମଧ୍ୟ ପୁରା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ସକାଳ ୮ଟାରେ ପ୍ରଧାନମନ୍ତ୍ରୀଙ୍କ ରୋଡ ସୋ’ ଆରମ୍ଭ ହେବାର କାର୍ଯ୍ୟକ୍ରମ ରହିଛି । ଟ୍ରାଫିକ ଓ ଆଇନଶୃଙ୍ଖଳା ଦୃଷ୍ଟିରୁ ୧୮୪ ପୁଲିସ ଅଧିକାରୀ ଓ ୬୩ ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି। ଏହାସହ ମୋଦୀଙ୍କ ରୋଡ ଶୋ’ ପାଇଁ ପୁରା ସହରବାସୀଙ୍କ ମଧ୍ୟରେ ଭିନ୍ନ ପ୍ରକାରର ଉତ୍ସାହ ଦେଖିବାକୁ ମିଳିଛି ।

Comments are closed, but trackbacks and pingbacks are open.