୧୫ ଜଣ ନର୍ସଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

448

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ୧୫ ଜଣ ନର୍ସିଂ ବୃତ୍ତିଗତଙ୍କୁ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର ୨୦୨୫ ପ୍ରଦାନ କରିଛନ୍ତି। ନର୍ସିଂ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏହି ଅବସରରେ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା, ରାଷ୍ଟ୍ରମନ୍ତ୍ରୀ ଅନୁପ୍ରିୟା ପଟେଲ ଏବଂ ପ୍ରତାପରାଓ ଯାଦବ ଉପସ୍ଥିତ ଥିଲେ। ସମାଜ ପ୍ରତି ନର୍ସ ଏବଂ ନର୍ସିଂ ବୃତ୍ତିଗତମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ପ୍ରଶଂସନୀୟ ସେବା ପାଇଁ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ୧୯୭୩ ମସିହାରେ ଜାତୀୟ ଫ୍ଲୋରେନ୍ସ ନାଇଟିଙ୍ଗେଲ ପୁରସ୍କାର ପ୍ରତିଷ୍ଠା କରାଯାଇଥିଲା।

Comments are closed, but trackbacks and pingbacks are open.