ଭୁବନେଶ୍ଵର: ଆଜି ଓଡିଶାରେ କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ମହା ଧୁମଧାମରେ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏନେଇ ସୋସିଆଲ ଗଣମାଧ୍ୟମ ‘ଏକ୍ସ’ ରେ ରାଷ୍ଟ୍ରପତି ଲେଖିଛନ୍ତି ଯେ, ”କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି। କୃଷି ପ୍ରତି ସମ୍ମାନ ଏବଂ କୃଷକଙ୍କ ପ୍ରତି କୃତଜ୍ଞତା ହେଉଛି ଏହି ପର୍ବର ବିଶେଷତ୍ଵ। ଏହା ଆମ ବନ୍ଧୁତ୍ୱ ଓ ଆତ୍ମୀୟତାର ପ୍ରତୀକ ମଧ୍ୟ। ନୂଆଁଖାଇ ସମସ୍ତଙ୍କ ଜୀବନକୁ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା।”
Comments are closed, but trackbacks and pingbacks are open.