ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

227

ଭୁବନେଶ୍ୱର: ଭାରତର ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ଦୌପଦୀ ମୁର୍ମୁ ଫେବୃୟାରୀ ୨  ତାରିଖରୁ ୭  ତାରିଖ ପର୍ଯ୍ୟନ୍ତ ୬  ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ଗୁରୁବାର ସଂଧ୍ୟାରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରୁ ପ୍ରାପ୍ତ ସୂଚନା ଅନୁସାରେ ମାନ୍ୟବର ରାଷ୍ଟ୍ରପତି ୨  ତାରିଖ ସଂଧ୍ୟାରେ ଭୁବନେଶ୍ୱରରେ ପହଁଚି ସେଦିନ ଲୋକ ଭବନରେ କିଛି ସାକ୍ଷାତ କାର୍ଯ୍ୟକ୍ରମ ପରେ ରାତ୍ର ରହଣି କରିବେ। ପରଦିନ ୩  ତାରିଖ ସକାଳେ ସେ ଯାଜପୁର ଗସ୍ତ କରି ବିରଜା ମନ୍ଦିର ପରିଦର୍ଶନ କରି ନାଭି ଗୟା ଠାରେ ପୂଜାର୍ଚ୍ଚନା କରିବେ; ଅପରାହ୍ଣରେ ବାଲେଶ୍ୱର ଗସ୍ତ କରି ଫକୀରମୋହନ ବିଶ୍ୱ ବିଦ୍ୟାଳୟର ଦ୍ୱାଦଶ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେଦିନ ସଂଧ୍ୟାରେ ସେ ପୁରୀ ଗସ୍ତ କରି ଶ୍ରୀଜଗନ୍ନାଥ ମନ୍ଦିର ଦର୍ଶନ କରି ଶ୍ରୀ ଜୀଉମାନଙ୍କ ଦର୍ଶନ, ଆଳତୀ ଏବଂ ପିଣ୍ଡଦାନ କରିବେ। ୪  ତାରିଖ ସକାଳେ ମୟୂରଭଂଜ ଜିଲ୍ଲା ଗସ୍ତ କରି ରାଇରଙ୍ଗପୁର ମହୁଲଡିହା ସ୍ଥିତ ଅବକାଶ ଗୃହ (ହୋଲି ଡେ ହୋମ) ଉଦଘାଟନ କରିବା ସହ ସେଠାରେ  ଅନୁସୂଚିତ ଜନଜାତି, ଜାତି ଉନ୍ନୟନ ବିଭାଗ ପରିଚାଳିତ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ  ପରିଦର୍ଶନ କରି ଭଂଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ନୋଚନ କରିବେ। ପରେ ପରେ ପରେ ବୈଦପୁର ଠାରେ ଏକ କ୍ରୀଡ଼ା କମ୍ପ୍ଲେକ୍ସ ଉଦଘାଟନ କରିବେ।

Comments are closed, but trackbacks and pingbacks are open.