ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ରେ ପ୍ରଧାନ ମନ୍ତ୍ରୀ ,ମୁଖ୍ୟମନ୍ତ୍ରୀ ,କେନ୍ଦ୍ର ମନ୍ତ୍ରୀ ଙ୍କ ଶୋକ ପ୍ରକାଶ

13

ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଙ୍କ ଶୋକ ପ୍ରକାଶ
ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ର ବରିଷ୍ଠ ନେତା ହେମାନନ୍ଦ ବିଶ୍ୱାଳଙ୍କ ର ଆଜି ପରଲୋକ ହୋଇଛି I ୮୨ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ତାଙ୍କ ବିୟୋଗ ରେ ଶୋକପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଟୁଇଟ୍ କରି ମୋଦୀ ଲେଖିଛନ୍ତି, ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ନିଧନରେ ବ୍ୟଥିତ । ସେ ବହୁ ବର୍ଷ ଧରି ସାଧାରଣ ଜୀବନରେ ସକ୍ରିୟ ଥିଲେ ଓ ଲୋକଙ୍କ ଭିତରେ ରହି ଲୋକଙ୍କ କାମ କରୁଥିଲେ । ତାଙ୍କ ବିୟୋଗରେ ପରିବାର ଓ ତାଙ୍କ ସମର୍ଥକଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମବେଦନା ଜ୍ଞାପନ କରିଛନ୍ତି

ମୁଖ୍ୟ ମନ୍ତ୍ରୀ ନବୀନ ପଟନାୟକ ଙ୍କ ଶୋକ ପ୍ରକାଶ
ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳଙ୍କ ପରଲୋକ ପରେ ଗଭୀର ଶୋକପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ହେମାନନ୍ଦ ବିଶ୍ୱାଳଙ୍କୁ ଜଣେ ଦକ୍ଷ ଓ ଲୋକପ୍ରିୟ ରାଜନେତା ବୋଲି କହିବା ସହିତ ସମାଜର ଅବହେଳିତ ବର୍ଗର ଲୋକଙ୍କ ଉନ୍ନତି ତଥା ରାଜ୍ୟର ସାମୁହିକ ପ୍ରଗତି ପାଇଁ ତାଙ୍କର ଅବଦାନ ସ୍ମରଣୀୟ ହୋଇ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ତା ସହିତ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଗଭୀର ସମବେଦନା ଜଣାଇବା ସହ ପରଲୋକଗତ ଆତ୍ମାର ସଦଗତି କାମନା କରିଛନ୍ତି ।


କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଶୋକ ପ୍ରକାଶ
ସେହିପରି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ହେମାନନ୍ଦ ବିଶ୍ୱାଳ ଙ୍କ ଦେହାନ୍ତରେ ଟ୍ୱିଟ ମାଧ୍ୟମରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସେ କହିଛନ୍ତି, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ନେତା ହେମାନନ୍ଦ ବିଶ୍ୱାଳଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କ ବିୟୋଗରେ ଓଡ଼ିଶା ଜଣେ ଦକ୍ଷ, ବିରଳ ଓ ଅନୁଭବୀ ରାଜନୀତିଜ୍ଞଙ୍କୁ ହରାଇଲା । ଏଥିସହିତ ଦିବଙ୍ଗତ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ବୋଲି କେନ୍ଦ୍ରମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ।

Comments are closed, but trackbacks and pingbacks are open.