ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦି, ଶାନ୍ତି ବନ ପହଞ୍ଚିଲେ ରାହୁଲ ଗାନ୍ଧୀ, ଖର୍ଗେ

23

ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁଙ୍କର ଶନିବାର ଅର୍ଥାତ୍‌ ୨୭ମେ’ରେ ପାଳନ ହେଉଛି ୫୯ ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ମନେପକାଇବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୋଦି ଟୁଇଟ କରି ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ପୂର୍ଣ୍ଣତିଥିରେ ମୁଁ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛି।
କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖର୍ଗେ ପୂର୍ବତନ ପ୍ରଧାନମନ୍ତ୍ରୀ ନେହେରୁଙ୍କ ଶ୍ରାଦ୍ଧ ଦିବସରେ ତାଙ୍କ ସମାଧି ସ୍ଥଳ ଶାନ୍ତି ବନ ଯାଇ ସେଠାରେ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ସାରା ଦେଶରେ ନେହେରୁଙ୍କ ଶ୍ରାଦ୍ଧଦିବସ ପାଳନ କରିବାକୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଜବାହରଲାଲ ନେହେରୁଙ୍କର ଠିକ୍‌ ଆଜିର ଦିନରେ ୭୪ ବର୍ଷ ବୟସରେ ପରଲୋକ ହୋଇଥିଲା।

Comments are closed, but trackbacks and pingbacks are open.