ମା’ ତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରୀଙ୍କ ମୁଖ୍ୟସଚିବ ଶକ୍ତିକାନ୍ତ ଦାସ

100

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରମୁଖ ସଚିବ ଶକ୍ତିକାନ୍ତ ଦାସ ଓଡ଼ିଶାକୁ ତିନି ଦିନିଆ ଗସ୍ତରେ ଆସିଥିବା ବେଳେ ଶନିବାର କେନ୍ଦୁଝର ଗ୍ରସ୍ତରେ ଯାଇ ଘଟଗାଁ ମା’ତାରିଣୀଙ୍କ ଦର୍ଶନ କରିଛନ୍ତି। ପୂର୍ବାହ୍ନ ୧୧ ଟାରେ ସେ ତାଙ୍କ ଧର୍ମପତ୍ନୀଙ୍କ ସହ ଘଟଗାଁ ତାରିଣୀ ମନ୍ଦିରରେ ପହଞ୍ଚିବା ପରେ ସ୍ଥାନୀୟ ପ୍ରଶାସନ ଏବଂ ଜିଲା ପ୍ରଶାସନ ପକ୍ଷରୁ ସ୍ବାଗତ ଜଣାଯାଇଥିଲା। ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ସପରିବାର ଦର୍ଶନ କରାଇବାରେ ସହଯୋଗ କରାଯାଇଥିଲା। ଶ୍ରୀଯୁକ୍ତ ଦାସ ମା’ଙ୍କ ଦର୍ଶନ କରିବା ସହ ପୂଜାର୍ଚ୍ଚନା କରି ଆଶିଷ ଲାଭ କରିଥିଲେ। ଏହି ଅବସରରେ ମନ୍ଦିର ପ୍ରଶାସନ ପକ୍ଷରୁ ତାଙ୍କୁ ମା’ତାରିଣୀଙ୍କ ଧାନ ମୂର୍ତ୍ତି ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା। ମା’ଙ୍କ ଦର୍ଶନ ନେଇ ବହୁ ଦିନରୁ ଅଭିଳାଷା ଥିଲା। ମା’ଙ୍କ ଦର୍ଶନ କରି ଆଶ୍ରିବାଦ ଲାଭ କଲେ ବୋଲି ଦର୍ଶନ ପରେ ଶକ୍ତିକାନ୍ତ ଦାସ କହିଥିଲେ। ଏହି ସମୟରେ ଜିଲାପାଳ ବିଶାଲ ସିଂହ ଓ ଅନ୍ୟ ପଦାଧିକାରୀ ଉପସ୍ଥିତ ଥିଲେ।

Comments are closed, but trackbacks and pingbacks are open.