ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବୀ ଘୋଷଣା

35

ଉଭୟ ଶାସକ ଓ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ବିଧାନସଭାକୁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । କଂଗ୍ରେସ ଓ ବିଜେପି ସଦସ୍ୟଙ୍କ ହୋହାଲ୍ଲା ପରେ ଏପରି ନିଷ୍ପତ୍ତି ନେଇଛନ୍ତି ବାଚସ୍ପତି ବିକ୍ରମ କେଶରୀ ଆରୁଖ । ଆଜି ବିଧାନସଭାରେ ପ୍ରଥମେ ପ୍ରଶ୍ନକାଳ ସ୍ୱାଭାବିକ ଭାବେ ଚାଲିବା ପରେ ଶୁନ୍ୟକାଳରେ ବିରୋଧୀ ବିଜେପି ଓ କଂଗ୍ରେସ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ଏବଂ ନବ ଦାସଙ୍କ ହତ୍ୟାକାଣ୍ଡକୁ ନେଇ ହଟ୍ଟଗୋଳ କରିଥିଲେ ।

ଏହି ସମୟରେ ଶାସକ ବିଜେଡିର ସଦସ୍ୟମାନେ ମଧ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଓ କେନ୍ଦ୍ର ଅବହେଳା ପ୍ରସଂଗ ଉଠାଇ ନିଜ ସିଟ୍‌ରୁ ଉଠି ନାରାବାଜି କରିଥିଲେ । ଏପିରିକି ବାଚସ୍ପତିଙ୍କ ପୋଡିୟମ୍ ନିକଟରେ ଯାଇ ହୋହାଲ୍ଲା କରିଥିଲେ । ଶେଷରେ ବାଧ୍ୟ ହୋଇ ବିଧାନସଭାକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ।

ଉଲ୍ଲେଖଯୋଗ୍ୟ କି ବିଧାନସଭାରେ ଆଇନ ଶୃଙ୍ଖଳା ପ୍ରସଙ୍ଗ ଆଲୋଚନା ବେଳେ ଗୃହ ବିଭାଗର ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ନିଜେ ଉପସ୍ଥିତ ନାହାନ୍ତି । ନିଜ ବିଭାଗର ଉତ୍ତର ଦେବାକୁ ମୁଖ୍ୟମନ୍ତ୍ରୀଙ୍କର ସମୟ ନାହିଁ । ଗୁରୁତ୍ୱପୂର୍ଣ୍ଣ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀଙ୍କର ଗଣତନ୍ତ୍ର ପାଇଁ ଅନୁପସ୍ଥିତି ଶୁଭଙ୍କର ନୁହେଁ କହିଛନ୍ତି ଜୟନାରାୟଣ ମିଶ୍ର ।

Comments are closed, but trackbacks and pingbacks are open.