୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ

20

ରାଜ୍ୟର ୧୦୭ ପୌରାଞ୍ଚଳ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ମୋଟ ୧୭୫୬ ୱାର୍ଡରୁ ୬୬୮ ଅଣସଂରକ୍ଷିତ, ଅନୁସୂଚିତ ଜାତି ପାଇଁ ୧୨୨, ଅନୁସୂଚିତ ଜାତି ମହିଳାଙ୍କ ପାଇଁ ୧୭୧ ୱାର୍ଡ ସଂରକ୍ଷିତ । ସେହିପରି ଅନୁସୂଚିତ ଜନଜାତି ପୁରୁଷ ପାଇଁ ୪୯ ଓ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ୧୩୩ ୱାର୍ଡ ସଂରକ୍ଷିତ ରଖାଯାଇଛି । ତେବେ ମହିଳାମାନଙ୍କ ପାଇଁ ୬୧୩ ୱାର୍ଡ ସଂରକ୍ଷିତ ରହିଥିବା ସରକାର ଘୋଷଣା କରିଛନ୍ତି । ଏହା ପୂର୍ବରୁ ଅଧ୍ୟକ୍ଷ ସଂରକ୍ଷଣ ତାଲିକା ପ୍ରକାଶ କରିଥିଲେ ସରକାର।

Leave A Reply

Your email address will not be published.