ଭୁବନେଶ୍ୱର: ଆହୁରି ୨ ଦିନ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ। କିଛି ଜିଲ୍ଲାକୁ ବିଜୁଳି ଘଡଘଡ଼ି ପାଇଁ ୟେଲୋ ଚେତାବନୀ ଜାରି ହୋଇଛି। ଏହା ସହ ଏନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବ। ବିଜୁଳି ଘଡଘଡ଼ି ବେଳେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ। ସେପଟେ ଆଗାମୀ ୪ରୁ ୫ ଦିନ ପରେ ପୁଣି ଦିନ ଓ ରାତିର ତାପମାତ୍ରା ବଢ଼ିବା ସହ ପ୍ରବଳ ଗରମ ଅନୁଭୂତ ହେବ। ଆଗାମୀ ୨୪ ଘଣ୍ଟାମଧ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ବିଜୁଳି ଘଡଘଡ଼ି ପାଇଁ କିଛି ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରାଯାଇଛି। ଜିଲ୍ଲାଗୁଡିକ ହେଉଛି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ ଓ ଅନୁଗୋଳ। ଏସବୁ ଜିଲ୍ଲାରେ ଘଣ୍ଟାପ୍ରତି ପବନର ବେଗ ୩୦ରୁ ୪୦ କିମି ରହିବ। ସେହିପରି ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଅନୁଗୋଳ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର, ନୂଆପଡ଼ା, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସହ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି ଆସନ୍ତାକାଲି ମୁଖ୍ୟତଃ ଉପକୂଳ ଓଡ଼ିଶାର ଜିଲ୍ଲା ଗୁଡିକରେ ବର୍ଷା ରହିବ। ଜିଲ୍ଲା ଗୁଡିକ ହେଉଛି, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ନୟାଗଡ଼, କଟକ ଓ ଯାଜପୁର। ସେହିପରି ବାଲେଶ୍ୱର, ଭଦ୍ରକ, କଟକ, ଯାଜପୁର, ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ବିଜୁଳି ଘଡ଼ଘଡ଼ି ହେବାର ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳକ ପାଣିପାଗ ବିଭାଗ। ତେବେ ୨୫ ତାରିଖ ପରେ ପାଗରେ ପରିବର୍ତ୍ତନ ଆସିବା। ଧୀରେ ଧୀରେ ତାପମାତ୍ରା ବଢିବ। ୪ରୁ ୫ ଦିନ ମଧ୍ୟରେ ସର୍ବାଧିକ ତାପମାତ୍ରା (ଦିନର ତାପମାତ୍ରା) ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବ। ସେହିପରି ରାତିର ତାପମାତ୍ରା ମଧ୍ୟ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବ। ଫଳରେ ପୁଣିଥରେ ଅସମ୍ଭାଳ ତାତି ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଅନେକ ସ୍ଥାନରେ ହାଲୁକାରୁ ମାଧ୍ୟମ ଧରଣର ବର୍ଷା ହୋଇଥିବା ବିବେଳେ ୨ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ସର୍ବାଧିକ ୭୬.୦ ମିମି ବର୍ଷା ରେକର୍ଡ ହୋଇଛି। ସେହିପରି ଛତ୍ରପୁରରେ ୭୧.୦ ସହ ଆସ୍କାରେ ୫୨.୬ ମିମି ବର୍ଷା ରେକର୍ଡ ହୋଇଛି। ସର୍ବାଧିକ ତାପମାତ୍ରା ମାଲକାନଗିରିରେ ୩୬.୧ ଡିଗ୍ରୀ ରେକର୍ଡ ହୋଇଛି।
Comments are closed, but trackbacks and pingbacks are open.