୮ରେ ଓଡ଼ିଶା ଆସିବେ ରାଜନାଥ

89

ଭୁବନେଶ୍ୱର: ବିଜେପି ଫୋକସରେ ଏବେ ରହିଛି ଓଡ଼ିଶା । ସେଥିପାଇଁ କେନ୍ଦ୍ରୀୟ ବେଜେପି ନେତୃବୃନ୍ଦ   ଏବେ ଓଡ଼ିଶା ମୁହାଁ ହୋଇଛନ୍ତି । ଓଡ଼ିଶାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଥିବାବେଳେ ଆଜି ଅପରାହ୍ନଣ ୩ଟାରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ରାତି ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି । ତେବେ ଆଗକୁ ଅର୍ଥାତ ୮ ତାରିଖ ଦିନ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଚୂଡ଼ାନ୍ତ ହୋଇଛନ୍ତି । ୮ ତାରିଖରେ ରାଜନାଥ ରାୟଗଡ଼ା ଗସ୍ତ କରିବେ । ସେଠାରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ସେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏନେଇ ବିଜେପି ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂତୋମାର ସୂଚନା ଦେଇଛନ୍ତି । ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ । ୪ଟି ଲୋକସଭା ଆସନ ସହ ୨୮ ବିଧାନସଭା ଆସନ ପାଇଁ ପଡିବ ଭୋଟ । ଏଥିପାଇଁ ଚାରିଆଡେ ଚାଲିଛି ଜୋରଦାର ପ୍ରଚାର । ଲଗାତାର କେନ୍ଦ୍ରର ହେବିଓ୍ବେଟ ନେତାମାନେ ଓଡ଼ିଶା ଗସ୍ତ କରି ହାଇଭୋଲଟେଜ ପ୍ରଚାର କରି ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଆଗକୁ ନିର୍ବାଚନ ଥିବାରୁ ରାଜ୍ୟକୁ ଛୁଟିଛି କେନ୍ଦ୍ରୀୟ ନେତାଙ୍କ ସୁଅ ।

Comments are closed, but trackbacks and pingbacks are open.