ରାସଗୋବିନ୍ଦପୁର ଛାତ୍ରୀ ମୃତ୍ୟୁ ଘଟଣା: RDC ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

54

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଅଞ୍ଚଳରେ ଥିବା କକାବନ୍ଧ ଆଶ୍ରମ ସ୍କୁଲର ଜଣେ ଛାତ୍ରୀଙ୍କ ମୃତ୍ୟୁକୁ ନେଇ ସୃଷ୍ଟି ହୋଇଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଉପରେ ମୁଖ୍ୟମନ୍ତ୍ରୀ ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ କେନ୍ଦ୍ରାଞ୍ଚଳ RDCଙ୍କୁ ନିରପେକ୍ଷ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମୃତ ଛାତ୍ରୀଙ୍କ ପରିବାର ପାଇଁ ମୁଖ୍ୟମନ୍ତ୍ରୀ ୩ ଲକ୍ଷ ଟଙ୍କାର ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି। କକାବନ୍ଧ ଆଶ୍ରମ ସ୍କୁଲରେ ଡାଇରିଆରେ ଆକ୍ରାନ୍ତ ହୋଇ ଛାତ୍ରୀଜଣଙ୍କ ପ୍ରାଣ ହରାଇଥିଲେ, ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା। ଘଟଣାସ୍ଥଳରେ ଲୋକେ ଏବଂ ପୋଲିସ ମୁହାଁମୁହିଁ ହୋଇଥିଲେ। ଏଥିରେ ରାସଗୋବିନ୍ଦପୁର ଆଇଆଇସି (IIC)ଙ୍କ ସମେତ ୫ ଜଣ ପୋଲିସ କର୍ମଚାରୀ ଆହତ ହୋଇ ଚିକିତ୍ସିତ ହେଉଛନ୍ତି। RDC ତଦନ୍ତ ନିର୍ଦ୍ଦେଶ ପରେ ଘଟଣାର ପ୍ରକୃତ କାରଣ ଏବଂ ସ୍କୁଲ କର୍ତ୍ତୃପକ୍ଷଙ୍କ ଅବହେଳା ରହିଛି କି ନାହିଁ, ତାହା ସ୍ପଷ୍ଟ ହେବ ବୋଲି ଆଶା କରାଯାଉଛି। ବର୍ତ୍ତମାନ ସ୍ଥାନୀୟ ଅଞ୍ଚଳରେ ପରିସ୍ଥିତି ଉପରେ ପୋଲିସ ନଜର ରଖିଛି।

Comments are closed, but trackbacks and pingbacks are open.