ପ୍ରକାଶ ପାଇଲା +୨ ବିଜ୍ଞାନ ଏବଂ ବାଣିଜ୍ୟ ପରୀକ୍ଷା ଫଳ

43

ଭୁବନେଶ୍ୱର, ୨୭/୦୭: ଚଳିତ ବର୍ଷ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ଫଳ ଘୋଷଣା ହୋଇଛି । ବୁଧବାର ୪ଟା ସମୟରେ ଏହି ଫଳ ପ୍ରକାଶ ପାଇଛି । ପରିଷଦର କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି ।ସେହିପରି କଳା ପରୀକ୍ଷା ର ଫଳାଫଳ ଅଗଷ୍ଟ ୮ରେ ପ୍ରକାଶ ପାଇବ ।

ଛାତ୍ରଛାତ୍ରୀମାନେ www.orissaresults.nic.in ରେ ରେଜଲ୍ଟ ପ୍ରକାଶ ପାଇଛି । ଅପରାହ୍ନ ୫ଟା ସମୟରେ ଛାତ୍ରଛାତ୍ରୀମାନେ ନିଜର ରୋଲ୍‌ ନମ୍ୱର ଦେଇ ପରୀକ୍ଷା ଫଳ ଜାଣିପାରିବେ । ଚଳିତ ବର୍ଷ ବିଜ୍ଞାନରେ ପାସହାର ୯୪.୧୨ ପ୍ରତିଶତ ଥିବାବେଳେ, ୩୯ ହଜାର ୫୮୭ ଜଣ ଛାତ୍ର ଓ ୩୨ ହଜାର ୫୧୯ ଜଣ ଛାତ୍ରୀ ପାସ୍ କରିଛନ୍ତି । ବିଜ୍ଞାନ ବିଭାଗରେ ଚଳିତ ବର୍ଷ ୫୦ ହଜାର ୧୫୭ ଜଣ ପ୍ରଥମ ଶ୍ରେଣୀରେ ପାସ କରିଥିବାବେଳେ, ଦ୍ୱିତୀୟ ଶ୍ରେଣୀରେ ୧୪ ହଜାର ୯୩୨ ଜଣ ପିଲା ଉତ୍ତୀର୍ଣ୍ଣ ହୋଇଛନ୍ତି । ସେହିପରି ୬୯୧୦ ଜଣ ପିଲା ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି । ତେବେ ନୟାଗଡ ଜିଲ୍ଲାରେ ସବୁଠୁ ଅଧିକ ପିଲା ପାସ୍ କରିଛନ୍ତି । ଫୁଲବାଣୀ ଜିଲ୍ଲାରେ ପାସହାର ସର୍ବନିମ୍ନ ରହିଛି । ରାଜ୍ୟର ୩୯୩ ସ୍କୁଲରେ ପାସହାର ଶତ ପ୍ରତିଶତ ରହିଛି ।

ସେହିପରି ପ୍ରଥମ ଶ୍ରେଣୀରେ ୫୦,୧୮୭ ଜଣ କୃତକାର୍ଯ୍ୟ ହୋଇଛନ୍ତି । ଦ୍ୱିତୀୟ ଶ୍ରେଣୀରେ ୧୪, ୯୩୨ ଏବଂ ତୃତୀୟ ଶ୍ରେଣୀରେ ୬, ୯୧୦ ଜଣ ପାସ୍‌ ହୋଇଛନ୍ତି । ୧୧୨୪ ଜଣ ଛାତ୍ରଛାତ୍ରୀ ୯୦ ପ୍ରତିଶତରୁ ଅଧିକ ମାର୍କ ରଖିଛନ୍ତି । ୩୯୩ଟି ଉଚ୍ଚ ମାଧ୍ୟମିକ ସ୍କୁଲର ୧୦୦ ପ୍ରତିଶତ ପିଲା ପାସ୍‌ କରିଛନ୍ତି ।

Comments are closed, but trackbacks and pingbacks are open.