ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନ ମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା।
Prev Post
Next Post
Comments are closed, but trackbacks and pingbacks are open.