ଭଦ୍ରକରେ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଶାହା !

29

ଧାମନଗରେ ସଭା କରିବେ ଶାହା ! ଭଦ୍ରକରେ କର୍ମୀଙ୍କୁ ଗୁରୁମନ୍ତ୍ର ଦେବେ ଶାହା ! ୨୪ ଲଢେଇ ପାଇଁ ଅଣ୍ଟା ଭିଡିଲେ ଶାହା ! ପୁଣି ଚର୍ଚ୍ଚାରେ ଧାମନଗର ନିର୍ବାଚନ ମଣ୍ଡଳୀ । ଓଡିଶା ଉପରେ ଶାହାଙ୍କ ଫୋକସ୍ । ଧାମନଗର ନିର୍ବାଚନ ମଣ୍ଡଳୀ ସାଆଁଳପୁରରେ ଏକ ସାଧାରଣ ସଭା କରିବେ ଅମିତ ଶାହ । ଏନେଇ ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଲେଖାଶ୍ରୀ କହିଛନ୍ତି, ମାର୍ଚ୍ଚ ୨୬ ତାରିଖରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଓଡ଼ିଶା ଗସ୍ତରେ ଆସିବେ ।

ପ୍ରଥମେ ଭଦ୍ରକ ଜିଲ୍ଲା ଆରଡ଼ିଠାରେ ବାବା ଆଖଣ୍ଡଳମଣିଙ୍କ ଦର୍ଶନ କରିବେ କେନ୍ଦ୍ର ଗୃହ ମନ୍ତ୍ରୀ । ଏହାପରେ ଧାମନଗର ବିଧାନସବା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ସେ ବିରାଟ ସାଧାରଣ ସଭା କରିବା ସହିତ ସେଠାରେ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ । ସେଠାରେ ବିଜେପିର କର୍ମୀମାନଙ୍କୁ ଭେଟିବା ସହିତ ସେମାନଙ୍କୁ ଗୁରୁମନ୍ତ୍ର ଦେବେ ଗୃହମନ୍ତ୍ରୀ ।

ଏହାପରେ ଭୁବନେଶ୍ୱର ଆସି ଶ୍ରୀ ଶାହ ଦଳର ବରିଷ୍ଠ ନେତୃବୃନ୍ଦ, ସମସ୍ତ ପଦାଧିକାରୀ, ସାଂସଦ ଓ ବିଧାୟକଙ୍କୁ ନେଇ ବୈଠକ କରିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି । ସେହି ଦିନ ସେ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି । ତେବେ ଓଡିଶାରେ କେତେ କାମ ଦେଉଛି ଶାହାଙ୍କ ଗୁରୁମନ୍ତ୍ର ତାହା ଉପରେ ଏବେ ସମସ୍ତଙ୍କ ନଜର ।

Comments are closed, but trackbacks and pingbacks are open.