ପୂର୍ବ ଶତ୍ରୁତାକୁ ନେଇ ଗୁଳିମାଡ : ଜଣେ ମୃତ, ୪ ଆହତ

22

ଭୁବନେଶ୍ବର : ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ହୋଇଛି ଗୁଳିମାଡ । ଏହି ଗୁଳିମାଡ଼ରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି  ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ଖବର ଅନୁଯାୟୀ, ସୋମବାର ଦିନ ନୟାଗଡ ଜିଲ୍ଲା ଇଟାମାଟି ଥାନା କୃଷ୍ଣପ୍ରସାଦ ଗାଁରେ ଗୁଳିମାଡ ହୋଇଛି । ପୂର୍ବଶତ୍ରୁତାକୁ ନେଇ ଗୁଳିମାଡ଼ ହୋଇଛି । ଏହି ଗୁଳିମାଡ଼ରେ ଅନିରୁଦ୍ଧ ନାୟକ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି ନୟାଗଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି । ପୋଲିସ ଘଟଣାର ଛାନ୍‌ଭିନ୍‌ ଜାରି ରଖିଛି ।

Comments are closed, but trackbacks and pingbacks are open.