ଶ୍ରୀମନ୍ଦିର ରୋଷ ଘର ଚୁଲି ଭଙ୍ଗା ଘଟଣା : ଥାନାରେ ଏତଲା ଦେଲା ପୁରୀ ପ୍ରଶାସନ

30

ଶ୍ରୀମନ୍ଦିର ରୋଷଘରେ ଚୁଲି ଭଙ୍ଗା ଘଟଣା ରେ ଥାନାରେ ଏତଲା ଦେଲେ ଶ୍ରୀମନ୍ଦିର ପ୍ରଶାସନ । ଏତଲାପରେ ପୋଲିସ ଆକ୍ସନ ମୁଡ଼ କୁ ଆସି ଅଭିଯୁକ୍ତକୁ ଧରିବା ପାଇଁ ୫ଜଣିଆ ଟିମ୍‌ ଗଠନ କରିଛି । ଏନେଇ ପୁରୀ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ସୂଚନା ମୁତାବକ ଗତ ଶନିବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ଶ୍ରୀମନ୍ଦିର ରୋଷଘରେ ପଶିବା ସହ ଅନେକ ଚୁଲି ଭାଙ୍ଗି ଦେଇଥିଲେ । ଏଥିଯୋଗୁଁ ସୁଆର ସେବକଙ୍କ ମଧ୍ୟରେ ଅସନ୍ତୋଷ ଏବଂ ଉତ୍ତେଜନା ପ୍ରକାଶ ପାଇଥିଲା ଏହି ଘଟଣା ପରେ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କୌଣସି ସୁଆର ସେବକ ଚୁଲି ଭାଙ୍ଗିଥିବା ଆଶଙ୍କା କରାଯାଉଛି । ଶ୍ରୀମନ୍ଦିର ରୋଷ ଘର ଭିତରେ ଚୁଲି ଭଙ୍ଗା ଘଟଣାରେ ଆଇପିସିର ଦଫା ୪୨୭, ୨୯୫, ୨୯୫ (କ),ଶ୍ରୀମନ୍ଦିର ପ୍ରଶାସନର ଆଇନ୍ ୩୦(କ) ୪(ବି)ରେ ମାମଲା ରୁଜୁ ହୋଇଛି । ତଦନ୍ତ ପାଇଁ ୫ ଜଣିଆ ଟିମ୍ ଗଠନ କରାଯାଇଛି। ଲାଗିଥିବା ସମସ୍ତ ସିସିଟିଭି କ୍ୟାମେରାକୁ ଯାଞ୍ଚ କରାଯାଉଛି। ସବୁ ଦିଗରୁ ତଦନ୍ତ ଚାଲିଛି। ଏଭଳି ସମ୍ବେଦଶୀଳ ଘଟଣାରେ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ସିସିଟିଭି ବୋଲି କହିଛନ୍ତି ପୁରୀ ଏସ୍‌ପି କେ. ବିଶାଲ୍‌ ସିଂହ ।।

Comments are closed, but trackbacks and pingbacks are open.