ସିନ୍ଧୁ ବ୍ରୋଞ୍ଜ ପଦକ ଜିତିଲେ

34

ଟୋକିଓ: ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଛନ୍ତି ଷ୍ଟାର୍ ଶଟଲର୍ ପିଭି ସିନ୍ଧୁ। ଫାଇନାଲରୁ ବଞ୍ଚିତ ହୋଇଥିବା ଭାରତୀୟ ଶଟଲର୍ ପିଭି ସିନ୍ଧୁ ମହିଳା ବ୍ୟାଡମିଣ୍ଟନ ସିଙ୍ଗଲ୍ସ ଇଭେଲ୍ଟରେ ବ୍ରୋଞ୍ଜ ପଦକ ରେ ସନ୍ତୁଷ୍ଟ ରହିଲେ । କ୍ରମାଗତ ଦ୍ୱିତୀୟ ଅଲିମ୍ପିକ୍ସରେ ପଦକ ଜିତିବାରେ ସିନ୍ଧୁ ଦେଶର ପ୍ରଥମ ମହିଳା ହୋଇଛନ୍ତି। ରିଓ ଅଲିମ୍ପିକ୍ସରେ ସିନ୍ଧୁ ରୌପ୍ୟ ପଦକ ଜିତି ଇତିହାସ ରଚିଥିଲେ।

ସିନ୍ଧୁ ଚାଇନାର ହି ବିଙ୍ଗ୍ ଜିଆଓଙ୍କୁ ସିଧାସଳଖ ୨୧-୧୩, ୨୧-୧୫ ଗେମରେ ହରାଇ ଏହି ବଡ଼ ସଫଳତା ଅର୍ଜନ କରିଛନ୍ତି। ଏହା ପୂର୍ବରୁ ସିନ୍ଧୁ ସେମିଫାଇନାଲରେ ବିଶ୍ୱର ଦୁଇ ନମ୍ବର ଖେଳାଳି ଚାଇନିଜ୍ ତାଇପେଇର ତାଇ ଜୁ ୟିଙ୍ଗ’ଙ୍କୁ ନିକଟରୁ ହାରି ଫାଇନାଲରୁ ବଞ୍ଚିତ ହୋଇଥିଲେ। କିନ୍ତୁ ବ୍ରୋଞ୍ଜ ପଦକ ମୁକାବିଲାରେ ସିନ୍ଧୁ ଦମଦାର ଖେଳ ଦେଖାଇଛନ୍ତି।

Leave A Reply

Your email address will not be published.