ସାମାନ୍ୟ ବଢ଼ିଲା ସଂକ୍ରମଣ : ଆଜି ରାଜ୍ୟରୁ ୭ ୪୨୬ ସଂକ୍ରମିତ ଚିହ୍ନଟ ,୧୦ ମୃତ

14

ଗତ ୪ ଦିନ ଧରି ରାଜ୍ୟରେ ସଂକ୍ରମଣ ହାର ଲଗାତାର ତଳମୁହଁI ହେଉଥିବା ବେଳେ Iଗତକାଲି ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ପୁଣି ଚିନ୍ତା ବଢ଼ାଇଛି I ରାଜ୍ୟ ସ୍ୱାସ୍ଥ୍ୟ ବିଶେଷଜ୍ଞ ମାନଙ୍କ ମତ ଅନୁସାରେ ,ରାଜ୍ୟ ଏବେ ଗୋଷ୍ଠୀ ସଂକ୍ରମଣ ମୁହାଁ ହେଲାଣି I ତେଣୁ ସଂକ୍ରମିତ ଙ୍କ ସଂଖ୍ୟା ବଢିଲେ ମଧ୍ୟ ଏହା ହସ୍ପିଟାଲାଇଜେସନ ସଂଖ୍ୟା କୁ କମାଇବ I ସେଥିପାଇଁ ଭୟଭୀତ ନ ହୋଇ କୋଭିଡି ଗାଇଡ଼ ଲାଇନ କୁ କଡାକଡି ଭାବରେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି I ସେହିପରି ରାଜ୍ୟରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୪୨୬ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି I ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୪୨କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ସୁନ୍ଦରଗଡ଼, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସେହିଭଳି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୧୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ପ୍ରତିଥର ଭଳି ଲଗାତାର ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୧୯୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୫୭ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨୫୨୬୮ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୨୫୨୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୪୫୧୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୧୪୨୧୬୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୩୧୮୯୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.