ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ

0 132

ଆନ୍ଧ୍ର ଏହାର ପ୍ରଭାବରେ କିଛି ଜିଲ୍ଲାରେ ହାଲୁକା ବର୍ଷା ଲାଗି ରହି ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।ପାଣିପାଗର ସୂଚନା ଅନୁସାରେ, ରାଜ୍ୟରେ ଆହୁରି ଦୁଇରୁ ତିନି ଦିନ ପର୍ଯ୍ୟନ୍ତ କୋହଲା ପାଗ ଲାଗି ରହିବ। ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରକୋପ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ଏହାସହ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢିବାର ସମ୍ଭାବନା ରହିଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବିଶେଷ ଶୀତ ଅନୁଭୂତ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.