‘ରଜ ମହୋତ୍ସବ’ ଉପଲକ୍ଷେ‘ବୟନିକା’ ଦ୍ୱାରା ଆୟୋଜିତ ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା ଉଦ୍‌ଘାଟିତ

36

ଭୁବନେଶ୍ୱର : ଓଡ଼ିଶାର ଗଣ ପର୍ବ ରଜ ସଂକ୍ରାନ୍ତି ଉପଲକ୍ଷେ ‘ବୟନିକା’ତରଫରୁ ‘ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା’ର ଆୟୋଜନ କରାଯାଇଛି। ଆଜି ସନ୍ଧ୍ୟାରେ ଏକାମ୍ର ହାଟ, ଭୁବନେଶ୍ୱର ଠାରେ ଏହି ମେଳାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଉଦ୍‌ଘାଟନ କରିଛନ୍ତି । ଏହି ‘ରାଜ୍ୟ ସ୍ତରୀୟ ହସ୍ତତନ୍ତ ମେଳା’ ଜୁନ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେବ । ଏହି ମେଳା ପ୍ରତ୍ୟହ ଦିବା ୧୧.୦୦ ଘଟିକାଠାରୁ ରାତ୍ର ୯.୦୦ ଘଟିକା ପର୍ଯ୍ୟନ୍ତ ଚାଲିବ । ମେଳାରେ ଓଡିଶାର ପ୍ରତ୍ୟେକ ଷ୍ଟଲରେ ପ୍ରତ୍ୟେକ ବସ୍ତ୍ର ବିକ୍ରି ଉପରେ ସ୍ୱତନ୍ତ୍ର ରିହାତି ଦେବାର ବ୍ୟବସ୍ଥା କରାଯାଇଅଛି।

ଏହି ଉସିବରେ ସମ୍ମାନିତ ଅତିଥି ରୂପେ ବୟନିକାର ସଭାପତି ଶ୍ରୀ ପ୍ରକାଶ ଚନ୍ଦ୍ର ମେହେର, ବୟନିକାର ପରିଚାଳନା ନିର୍ଦ୍ଦେଶକ ଶ୍ରୀମତୀ ପ୍ରଣତି ଛୋଟରାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଶ୍ରୀ ସରୋଜ କୁମାର ପଟେଲ, ବୟନଶିଳ୍ପ ଯୁଗ୍ମ ନିର୍ଦ୍ଦେଶକ ଶ୍ରୀ ଦେବଜିତ ନନ୍ଦୀ, ସିଡାକ୍‌ର ସଦସ୍ୟ ସଚିବ ଶ୍ରୀ ଶିଶିର କୁମାର ରଥ, ବୟନିକାର ପରିଚାଳନା ନିର୍ଦ୍ଦେଶକ ମିଲି ସାମନ୍ତରାୟ ଏବଂ ଅନ୍ୟାନ୍ୟ ପଦାଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

ଏହି ମେଳାରେ ସମୁଦାୟ ୬୦ ଗୋଟି ପ୍ରାଥମିକ ସମବାୟ ସମିତି ଯୋଗଦାନ କରିଛନ୍ତି । ଏଥି ମଧ୍ୟରୁ ୪୦ ଗୋଟି ଓଡିଶାର ବିଭିନ୍ନ ହସ୍ତତନ୍ତ ସଂସ୍ଥା ଓ ସମିତିମାନଙ୍କ ପାଇଁ ଉଦ୍ଦିଷ୍ଟ । ଅବଶିଷ୍ଟ ୨୦ ଗୋଟି ସଂସ୍ଥା/ସମିତି ବିଭିନ୍ନ ରାଜ୍ୟରୁ ଯୋଗଦାନ କରିଛନ୍ତି । ଏହି ମେଳାରେ ଉତ୍ତରପ୍ରଦେଶ, ଜାମ୍ମୁକାଶ୍ମୀର, ରାଜସ୍ଥାନ, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ,ବିହାର, କର୍ଣ୍ଣାଟକ, ହରିୟାନା ଏବଂ ଓଡିଶାର ବିଭିନ୍ନ ସଂସ୍ଥା/ସମିତି ଅଂଶଗ୍ରହଣ କରି ସେମାନଙ୍କର ବିଭିନ୍ନ ହସ୍ତତନ୍ତ ବସ୍ତ୍ର ଓ ପରିଧାନର ପ୍ରଦର୍ଶନ ଓ ବିକ୍ରୟ କରୁଛନ୍ତି । ଏହି ପ୍ରଦର୍ଶନୀରେ ଓଡିଶାର ବାନ୍ଧବସ୍ତ୍ର ସହ ପଶ୍ଚିମବଙ୍ଗର ଜାମଦାନି ଓ ଟାଙ୍ଗାଇଲ୍‌, ଗୁଜୁରାଟର ପଟୋଲା, ଲକ୍ଷ୍ମୋðର ଚିକେନ କାରୀ, ଜାମ୍ମୁ କାଶ୍ମୀରର ପଶ୍ମିନା-ସାଲ, ଦିଲ୍ମୀ, ହରିୟାନାର ଫର୍ନିସିଙ୍ଗ୍‌ ବସ୍ତ୍ର ଓ କର୍ଣ୍ଣାଟକର ସିá ଶାଢି ଆଦି ହସ୍ତତନ୍ତ ବସ୍ତ୍ର ଗ୍ରାହକଙ୍କ ପାଇଁ ଉପଲବ୍ଧ ହେଉଛି ।

Comments are closed, but trackbacks and pingbacks are open.