ବଢିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡ

236

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି। ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ଏହାଦ୍ବାରା ଉଭୟ ପାଠ୍ୟକ୍ରମରେ ପିଜି କରୁଥିବା ୧୨୦ ଜଣ ଛାତ୍ରଛାତ୍ରୀ ଉପକୃତ ହେବେ। ଏହି ନୂତନ ଷ୍ଟାଇପେଣ୍ଡ ୨୦୨୬ ଜାନୁଆରୀ ପହିଲାରୁ ଲାଗୁହେବ। ଏହି ନିଷ୍ପତ୍ତି ଅନୁଯାୟୀ ପିଜି ପ୍ରଥମ ବର୍ଷର ଛାତ୍ରଛାତ୍ରୀ ମାନଙ୍କ ଷ୍ଟାଇପେଣ୍ଡରେ ୫୫ ପ୍ରତିଶତ ବୃଦ୍ଧି କରାଯାଇଛି। ପୂର୍ବରୁ ସେମାନଙ୍କ ମାସିକ ଷ୍ଟାଇପେଣ୍ଡ ୩୧ ହଜାର ଟଙ୍କା ଥିବାବେଳେ, ବର୍ତ୍ତମାନ ଏହା ୪୮ ହଜାର ଟଙ୍କାକୁ ବୃଦ୍ଧି ପାଇଛି। ଦ୍ବିତୀୟ ବର୍ଷର ଛାତ୍ରଛାତ୍ରୀମାନଙ୍କ ପାଇଁ ଏହା ୩୨ ହଜାରରୁ ୫୨ ହଜାରକୁ ବୃଦ୍ଧି ପାଇଛି। ଏହା ହେଉଛି ୬୨ ପ୍ରତିଶତ ବୃଦ୍ଧି। ତୃତୀୟ ବର୍ଷ ଛାତ୍ରଛାତ୍ରୀଙ୍କ ପାଇଁ ଷ୍ଟାଇପେଣ୍ଡ ପରିମାଣ ମାସକୁ ୩୩ ହଜାରରୁ ୫୫ ହଜାରକୁ ବୃଦ୍ଧି ପାଇଛି। ଏହି ବୃଦ୍ଧି ୬୭ ପ୍ରତିଶତ।

Comments are closed, but trackbacks and pingbacks are open.