ସୃଷ୍ଟି ହେଲା ବାତ୍ୟା ‘ମିଚାଉଙ୍ଗ୍

105

ସୃଷ୍ଟି ହେଲା ବାତ୍ୟା ମିଚାଉଙ୍ଗ୍ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ମିଚାଉଙ୍ଗ୍ ସୃଷ୍ଟି ହୋଇଛି । ବାତ୍ୟା ‘ମିଚାଉଙ୍ଗ୍’ରେ ପରିଣତ ହେଲା ଗଭୀର ଅବପାତ । ଘଣ୍ଟା ପ୍ରତି ୬ କିମି ବେଗରେ ଉତ୍ତରପଶ୍ଚିମ ଆଡ଼କୁ ଗତି କରୁଛି ଅବପାତ । ପୁଡୁଚେରୀ ଠାରୁ ୩୦୦ ଓ ଚେନ୍ନାଇ ଠାରୁ ୩୧୦ କିମି ଦୂରରେ ବାତ୍ୟା । କାଲି ପୂର୍ବାହ୍ନରେ ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡୁ ଉପକୂଳ ପହଞ୍ଚିବ ବାତ୍ୟା । ୫ ପୂର୍ବାହ୍ନରେ ନେଲୋର ଓ ମଛଲିପଟ୍ଟନମ ଉପକୂଳ ଛୁଇଁବ ବାତ୍ୟା। ଲ୍ୟାଣ୍ଡଫଲ୍ ବେଳେ ପବନର ସର୍ବାଧିକ ବେଗ ୧୦୦ କିମି ରହିବ ।

୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ । ସବୁ ବନ୍ଦରକୁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ୭ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା। ଗଞ୍ଜାମ, ଗଜପତି, ରାୟଗଡା, ମାଲକାନଗିରି ଓ କୋରାପୁଟରେ ୭୦ରୁ ୨୦୦ ମିଲିମିଟର ବର୍ଷା ନେଇ ଚେତାବନୀ ଦେଇଛି ପାଣିପାଗ ବିଭାଗ । ସେହିପରି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ପୁରୀକୁ ଦିଆଯାଇଛି ୟେଲୋ ଆଲର୍ଟ । ୪, ୫ ଏବଂ ୬ ତାରିଖରେ ବର୍ଷା ପରିମାଣ ବଢ଼ିବ।

ଏହି ତିନିଦିନ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ସତର୍କ ସୂଚନା କରାଯାଇଛି । ୪ରେ ଗଜପତି, ଗଞ୍ଜାମ, ପୁରୀ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ଘଣ୍ଟା ପ୍ରତି ପବନର ବେଗ ୩୫ରୁ ୪୫କି.ମି ବହିପାରେ । ୫ରେ ପବନର ବେଗ ବୃଦ୍ଧି ପାଇପାରେ । ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ାରେ ୪୦ରୁ ୫୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଅମଳ ଉପଯୋଗୀ ଧାନ, ମାଣ୍ଡିଆ ଓ କପା ଆଦି ଫସଲକୁ ଅମଳ କରି ଯଥାସମ୍ଭବ ସୁରକ୍ଷିତ ସ୍ଥାନରେ ସାଇତି ରଖିବା ପାଇଁ ପରାମର୍ଶ ଦିଆଯାଇଛି । ‘ଆମ କୃଷି’ ପଞ୍ଜୀକୃତ ଚାଷୀମାନଙ୍କୁ ଆଇଭିଆର୍‌ଏସ୍‌ରେ ବାର୍ତ୍ତା ପଠାଇ ସଚେତନ କରାଯାଇଛି ।

ସେହିପରି ସମ୍ଭାବ୍ୟ ବାତ୍ୟା ପାଇଁ ୫୪ଟି ଟ୍ରେନ୍ ବାତିଲ କରାଯାଇଛି । ବାତ୍ୟା ‘ମିଚାଉଙ୍ଗ’ ପାଇଁ ରେଳ ଚଳାଚଳରେ ପରିବର୍ତ୍ତନ କରିଛି ପୂର୍ବତଟ ରେଳପଥ । ଭୁବନେଶ୍ବରରୁ ଛାଡୁଥିବା ୧୨ଟି ଟ୍ରେନ୍‌ ବାତିଲ । ସେହିପରି ଭୁବନେଶ୍ବର ଦେଇ ଯାଉଥିବା ୪୨ଟି ଟ୍ରେନ୍ ବାତିଲ ।

Comments are closed, but trackbacks and pingbacks are open.