୨୫ ହଜାର ଟଙ୍କା ଦରମା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ପାଇପାରିବେ ଚାକିରି

83

 ଗଡ଼ଜାତ ଗାନ୍ଧୀ ସାରଙ୍ଗଧର ଦାସଙ୍କ ଉପରେ ସ୍ମରଣୀୟ ଡାକ ଟିକଟ ଉନ୍ମୋଚନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ୨୩ଟି ଡାକ ଘରର ଶୁଭ ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହାପୂର୍ବରୁ ଢେଙ୍କାନାଳ ବସଷ୍ଟାଣ୍ଡରେ ୫ ମହଲା ବିଶିଷ୍ଟ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିରେ ୮ଟି ବିଷୟରେ ପିଲାଙ୍କୁ ତାଲିମ୍ ଦିଆଯାଉଛି । ଯେଉଁଥିରେ ହୋଟେଲ ଇଣ୍ଡଷ୍ଟ୍ରିଠୁ ନେଇ ଆଇଟି ସେକ୍ଟର ଓ ଗ୍ରାଫିକ୍ସ ଡିଜାଇନ୍ ଭଳି କୋର୍ସରେ ପିଲାଙ୍କୁ ତାଲିମ୍ ଦିଆଯିବ ।

୩ରୁ ୪ ମାସ ତାଲିମ୍ ନେଇ ସାର୍ଟିଫିକେଟ ପାଇବା ପରେ ୨୫ ହାଜର ଟଙ୍କା ଦରମା ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଚାକିରି ପାଇପାରିବେ । ସ୍କିଲ୍ ଇଣ୍ଡିଆ ଓ NSDC ଏକାଡେମୀ ଉଦ୍ୟମରେ ଢ଼େଙ୍କାନାଳ ସହରରେ ଆରମ୍ଭ ହୋଇଥିବା ଏହି ଦକ୍ଷତା ବିକାଶ ତାଲିମ୍ କେନ୍ଦ୍ର ଆଗମୀ ଦିନରେ ଛାତ୍ରଛାତ୍ରୀଙ୍କୁ ରୋଜଗାର ଯୋଗାଇବା ସହ ଭବିଷ୍ୟତ ଗଠନ ଦିଗରେ ସହାୟକ ହେବ । ଅପରାହ୍ନରେ ଜୋରନ୍ଦା ମେଳା ଯାଇ ସେଠାରେ ମହିମା ସାଧୁଙ୍କୁ ଭେଟିବା ସହ ମେଳାରେ ସାମିଲ ହେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

Comments are closed, but trackbacks and pingbacks are open.