ବିବାଦୀୟ ବୟାନ ଦେଇ ହଟହଟା… ବିଜେଡି ନେତ୍ରୀ

75

ପୁଣିଥରେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି ବିଜେଡି ସାଂସଦ ସୁଲତା ଦେଓ । ପହଲଗାମରେ ଆତଙ୍କବାଦୀଙ୍କ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଥିବା ଲୋକଙ୍କୁ ଉପହାସ କରି କହିଛନ୍ତି ଯେ, ଯେତିକି ସମୟରେ ଲୋକେ ମରିଛନ୍ତି ସେତିକି ସମୟରେ କାହାର ଧର୍ମ ପଚାରି ହେବନାହିଁ ବୋଲି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ସୁଲତା । ଏହି ଘଟଣା ନେଇ ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର ପ୍ରତିକ୍ରିୟା ରଖିଛନ୍ତି, ଯେ କାହାର ଦୁଃଖ ବେଳେ ଆଦୌ ଉପହାସ କରିବା ଉଚିତ ନୁହେଁ କାରଣ ଆମ ସଂସ୍କୃତି ଆମକୁ ଏହା ଶିକ୍ଷା ଦେଇ ନାହିଁ |

Comments are closed, but trackbacks and pingbacks are open.