ଏପ୍ରିଲ ୨୮ରୁ ଅଫଲାଇନ୍‌ ମୋଡରେ ହେବ ଦ୍ୱାଦଶ (+୨) ପରୀକ୍ଷା

24

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଓଡ଼ିଶା, +୨ ପାଇଁ ପରୀକ୍ଷା ତାରିଖ ଘୋଷଣା କରିଛି I ଆସନ୍ତା ଏପ୍ରିଲ୍ ୨୮ , ୨୦୨୨ ରୁ ଅଫଲାଇନ୍ ମୋଡରେ ଅନୁଷ୍ଠିତ ହେବ ଓଡ଼ିଶା ଯୁକ୍ତ ଦୁଇ ପରୀକ୍ଷା I ସ୍କୁଲରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ବିଷୟରେ ରାଜ୍ୟରେ ମୋଟ ୩ ଲକ୍ଷ ୨୦ ହଜାର ପିଲା ଚଳିତ ବର୍ଷ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବେ । ଖରାକୁ ଦୃଷ୍ଟିରେ ରଖି ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରିବାକୁ ନିଷ୍ପତ୍ତି ନିଆଯାଇଛି। ସକାଳ ୯ଟାରୁ ଦୈନିକ ଗୋଟିଏ ସିଟିଂ ପରୀକ୍ଷା କରାଯିବ। ମହାମାରୀ ପାଇଁ ପରୀକ୍ଷା ବ୍ୟବସ୍ଥାରେ କୋହଳ କରାଯାଇଛି । ନିଜ ଶିକ୍ଷକମାନଙ୍କ ଦ୍ୱାରା ସମସ୍ତ ପ୍ରାକ୍ଟିକାଲ ପରୀକ୍ଷା କରାଯିବ

ଛାତ୍ରଛାତ୍ରୀଙ୍କ ପରୀକ୍ଷା ମୂଲ୍ୟାଙ୍କନ ନେଇ ଦୁଇଟି ସ୍କିମ୍ କରାଯାଇଛି । ବାର୍ଷିକ ପରୀକ୍ଷାରେ ହୋଇଥିବା ପ୍ରଦର୍ଶନ ଭିତ୍ତିରେ ମାର୍କ । ନଚେତ ବାର୍ଷିକ ପରୀକ୍ଷାର ୮୦% ଓ କ୍ୱାର୍ଟର ଏଣ୍ଡରେ ୨୦% ଅନୁଯାୟୀ ମାର୍କି ହେବ। ଦୁଇଟି ବ୍ୟବସ୍ଥାରୁ ଯେଉଁଟିରେ ସର୍ବାଧିକ ରହିବ, ସେଇଟି ଚୂଡ଼ାନ୍ତ ହେବ ।

Comments are closed, but trackbacks and pingbacks are open.