ସରିଲା ସର୍ବଦଳୀୟ ବୈଠକ : ବିଧାନ ସଭା ପୂର୍ବରୁ ସମସ୍ତଙ୍କର ହେବ କୋଭିଡ୍ ଟେଷ୍ଟ

25

ଆସନ୍ତା ୨୫ ରୁ ଗୃହରେ ବସିବ ବଜେଟ ଅଧିବେଶନ । ଏହାପୂର୍ବରୁ ଆଜି ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବିଧାନସଭା ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି I ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ଇ ବୈଠକ ରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଭିଡିଓ କନଫରେନ୍ସିଂରେ ଉପସ୍ଥିତ ହୋଇଥିଲେ। ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ ଆରୁଖ, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପ୍ରମୁଖ ବୈଠକରେ ସାମିଲ ହୋଇଥିଲେ। ସେହିପରି ପୂର୍ବରୁ ବିଧାନ ସଭା ବସିବା ସମୟରେ ଯେଉଁ ନିୟମ ଲାଗୁ ହେଉଥିଲା, ଏବେ ବି ସେହି ବ୍ୟବସ୍ଥା ରହିବ। ଅଧିବେଶନ ପୂର୍ବରୁ ସମସ୍ତଙ୍କର କୋଭିଡ୍ ଟେଷ୍ଟ ବାଧ୍ୟତାମୂଳକ ହେବ । ଆଜି ବସିଥିବା ସର୍ବଦଳୀୟ ବୈଠକରେ ଏପରି ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ।
ଏହାସହ ଆଗାମୀ ଦିନରେ ବସିବାକୁ ଥିବା ବଜେଟ ଅଧିବେଶନ ପୂର୍ବରୁ ଯେଉଁ ୫ ଘଣ୍ଟା ଚାଲୁଥିଲା, ଏବେ ସେଇ ୫ ଘଣ୍ଟା ଚାଲିବ । କୋଭିଡ଼ କଟକଣା ମଧ୍ୟରେ ବିଧାନସଭାର ଚଳିତ ବଜେଟ ଅଧିବେଶନ ଚାଲିବ । ଅଧିବେଶନ ପୂର୍ବରୁ ସମସ୍ତ ବିଧାୟକ, ମନ୍ତ୍ରୀଙ୍କର କୋଭିଡ଼ ଟେଷ୍ଟ କରାଯିବ । ନେଗେଟିଭ୍ ରିପୋର୍ଟ ଥିବା ବ୍ୟକ୍ତିଙ୍କୁ ବିଧାନସଭାରେ ପ୍ରବେଶ ପାଇଁ ଅନୁମତି ମିଳିବ ।
ସୂଚନାଯୋଗ୍ୟ ଯେ, ଆସନ୍ତା ମାର୍ଚ୍ଚ ୨୫ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହୋଇ ମାର୍ଚ୍ଚ ୩୧ ଯାଏଁ ଚାଲିବ I ବଜେଟ ଅଧିବେଶନରେ ମୋଟ ୬ଟି କାର୍ଯ୍ୟ ଦିବସ ରହିବ । ପ୍ରଥମ ଦିନ ଗୃହକୁ ସମ୍ବୋଧନ କରିବେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍ । ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଦୁଇ ଦିନ ଧରି ଆଲୋଚନା ହେବ । ୩୦ ତାରିଖରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ କାମଚଳା ବଜେଟ ଆଗତ କରିବେ । ମାର୍ଚ୍ଚ ୩୧ ତାରିଖରେ ଲେଖାନୁଦାନ ସଂକ୍ରାନ୍ତ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ ହେବ । ଚଳିତ ଅଧିବେଶନରେ ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେଉଥିଲେ ମଧ୍ୟ ନିର୍ବାଚନକୁ ଦୃଷ୍ଟିରେ ରଖି ସମୟ ଅଭାବରୁ ତାହା ପାରିତ କରିବା ସମ୍ଭବପର ନଥିବାରୁ ସରକାର ପରେ ଏହି ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ ଡାକିବେ ବୋଲି ଜଣାପଡ଼ିଛି ।

Comments are closed, but trackbacks and pingbacks are open.