ଟ୍ରକ ପଛପଟୁ ଅଟୋ ଧକ୍କା, ଜଣେ ମୃତ, ୬ ଗୁରୁତର

21

ଟ୍ରକକୁ ପଛପଟୁ ଧକ୍କା ହେଲା ଯାତ୍ରୀବାହୀ ଅଟୋ I ଏହି ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇ ମେଡିକାଲ ରେ ଭର୍ତ୍ତି ହୋଇଛନ୍ତି। ୧୬ ନମ୍ବର ଜାତୀୟ ରାଜପଥର ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ରିଲାୟନ୍ସ ପେଟ୍ରୋଲ ପମ୍ପ ନିକଟରେ ଘଟିଛି ଦୁର୍ଘଟଣା । ଖବର ଅନୁଯାୟୀ, ଟ୍ରକଟି ରାସ୍ତା କଡରେ ଛିଡା ହୋଇଥିବା ବେଳେ ଯାଜପୁରରୁ ଅଟୋଟି କିଛି ଯାତ୍ରୀଙ୍କୁ ନେଇ ଆସୁଥିବା ସମୟରେ ଭାରସାମ୍ୟ ହରାଇ ଟ୍ରକ ପଛପଟୁ ବାଡ଼େଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ଲୋକ ଆହତ ଅବସ୍ଥାରେ ଅଟୋ ମଧ୍ୟରୁ ଲୋକ ମାନଙ୍କୁ ବାହାର କରିଥିଲେ। ପରେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମେଡିକାଲରେ ଏସକେ ପେଣ୍ଟକୁ ମୃତ ଘୋଷଣା କରାଯାଇଥିବା ବେଳେ ଅନ୍ୟ ୬ ଜଣଙ୍କର ଚିକିତ୍ସା ଜାରି ରହିଛି । ତେବେ ପ୍ରାଥମିକ ଚିକିତ୍ସା ପରେ ଆବଶ୍ୟକ ହେଲେ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯିବ ବୋଲି ସୂଚନା ମିଳିଛି ।

Comments are closed, but trackbacks and pingbacks are open.